ଉତ୍କେଳା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ ୪ରେ ପ୍ରଥମ ଅନାସ୍ଥା ଭୋଟ କସୃପଡ଼ା ସରପଞ୍ଚଙ୍କ ବିରୋଧରେ ହୋଇଥିଲା। ଏଥିରେ କସୃପଡ଼ା ନିର୍ବାଚିତ ସରପଞ୍ଚ ପରାଜିତ ହୋଇ ପଦବୀ ହରାଇଛନ୍ତି। ସୋମବାର କେସିଙ୍ଗା ବ୍ଲକ ଉତ୍କେଳା ପଞ୍ଚାୟତ ସରପଞ୍ଚ ନରେନ୍ଦ୍ର ମାଝୀଙ୍କ ବିରୋଧରେ ଅନାସ୍ଥା ଭୋଟ ଶେଷ ହୋଇଛି।

ପଞ୍ଚାୟତ ୧୩ଟି ୱାର୍ଡକୁ ନେଇ ଗଠିତ ହୋଇଥିବା ବେଳେ ୧୨ୱାର୍ଡର ସଭ୍ୟାସଭ୍ୟ ଅନାସ୍ଥା ଭୋଟରେ ଭାଗ ଦେଇଥିଲେ। ପୂର୍ବାହ୍ନ ୧୧ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ୪ ତାରିଖରେ ଅନୁଷ୍ଠିତ ଅନାସ୍ଥା ଭୋଟରେ ସରପଞ୍ଚ ନିଜ ପଦ ହରାଇଥିବା ବେଳେ ଯଦି ସୋମବାର ଅନାସ୍ଥା ଭୋଟରେ ଭାଗ ନେଇଥିବା ସମସ୍ତ ୧୨ ୱାର୍ଡ ସଭ୍ୟସଭ୍ୟା ଅନାସ୍ଥା ସପକ୍ଷରେ ଭୋଟ ଦିଅନ୍ତି, ତେବେ ନରେନ୍ଦ୍ର ମାଝୀ ସରପଞ୍ଚ ପଦରୁ ବିଦା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ମତଦାନ ଗୁପ୍ତ ହୋଇଥିଲେ ସୁଦ୍ଧା ଉଚ୍ଚତମ ନ୍ୟାୟାଳୟ ଏହାର ଫଳାଫଳ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ କୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଫଳାଫଳ ଘୋଷଣା କରାଯିବ ନାହିଁ ବୋଲି ସୂଚନା ରହିଛି । ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଗୁପ୍ତ ଭାବେ ଭୋଟିଂ ପ୍ରକ୍ରିୟା ଶେଷ ହୋଇଥିବା ବେଳେ, ଭୋଟ ବାକ୍ସରେ ସରପଞ୍ଚ ନରେନ୍ଦ୍ରଙ୍କ ଭାଗ୍ୟ ବନ୍ଦ ହୋଇ ରହିଛି।

ନିର୍ବାଚନ ଅଧିକାରୀ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନଙ୍କୁ ପଚାରିବାରୁ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ହୋଇଥିଲା। ମତଦାନ ଶେଷ ପରେ ଭୋଟ ବାକ୍ସକୁ ଭବାନୀପାଟଣା ସ୍ଥିତ ଟ୍ରେଜରୀକୁ ନିଆଯିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଫଳାଫଳ ଘୋଷଣା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri