ଭୋଟ ଦେଲେ ୧୦୫୩: ଆଜି ଫଳାଫଳ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟର ହାଇପ୍ରୋଫାଇଲ ଭୁବନେଶ୍ୱର କ୍ଲବ୍‌ର ନିର୍ବାଚନ ଶନିବାର ଶେଷ ହୋଇଛି। ରବିବାର ସକାଳ ୯ଟାରେ ଭୋଟ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ।
ଶନିବାର ମଧ୍ୟାହ୍ନ ୧୨ଟାରେ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହୋଇଥିଲା। କ୍ଲବ୍‌ର ମୋଟ ଭୋଟରଙ୍କ ସଂଖ୍ୟା ୧୯୫୦ ଥିବା ବେଳେ ୧୦୫୩ ଜଣ ମତଦାନ କରିଛନ୍ତି। ଏହି ନିର୍ବାଚନରେ ବର୍ତ୍ତମାନର ସଭାପତି, ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍‌ ତ୍ରିପାଠୀ ଏବଂ ପୂର୍ବତନ ଉନ୍ନୟନ କମିଶନର ସତ୍ୟପ୍ରକାଶ ନନ୍ଦ ଟିମ୍‌ଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଛି। ଉଭୟ ତ୍ରିପାଠୀ ଓ ନନ୍ଦ ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଅସିତ୍‌ଙ୍କ ଟିମ୍‌ରୁ ଉପସଭାପତି ପଦ ପାଇଁ ମହେନ୍ଦ୍ର ଗୁପ୍ତା, ସମ୍ପାଦକ ପାଇଁ ଦିଲୀପ ରାଉତରାୟ, ଯୁଗ୍ମ ସମ୍ପାଦକ ପାଇଁ ଅଶୋକ ମିଶ୍ର, କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଭାବେ ଟି.କେ. ଦାସ, ପି. ଜେ. ପାଠକ, ପି. ନାଥ୍‌, ଡ. ପି.ଭି. ମୋହନ, ପି. କେ. ମହାନ୍ତି ଏବଂ ଡ. ଦେବବ୍ରତ ବିଶ୍ୱାଳ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ସତ୍ୟପ୍ରକାଶଙ୍କ ଟିମ୍‌ରେ ଉପସଭାପତି ପ୍ରାର୍ଥୀ ଭାବେ ତାପେସ ରୟ, ସମ୍ପାଦକ ପଦବୀ ପାଇଁ ମାନସ ରଞ୍ଜନ ଦାସ, ଯୁଗ୍ମ ସମ୍ପାଦକ ପଦ ପାଇଁ ଜ୍ୟୋତିର୍ମୟ ମହାନ୍ତି ନିର୍ବାଚନ ଲଢୁଛନ୍ତି। ଏଥିସହିତ ଏହି ଟିମ୍‌ରେ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ପାଇଁ ଅଚିନ୍ତ୍ୟ ବିକାଶ ମହାନ୍ତି, ଦେଓଶଙ୍କର ତ୍ରିପାଠୀ, ପାର୍ଥସାରଥି ପାଣିଗ୍ରାହୀ, ରମେଶଚନ୍ଦ୍ର ଦାସ ଏବଂ ଜୟନ୍ତ କୁମାର ହୋତା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଅସିତ୍‌ ପୁଣି ବାଜି ମାରୁଛନ୍ତି ନା ସତ୍ୟପ୍ରକାଶ ନୂଆ ସଭାପତି ହେଉଛନ୍ତି ତାହା ଉପରେ ରହିଛି ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri