ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ମତଦାନ ବୃଦ୍ଧି ନିମନ୍ତେ ଭାରତୀୟ ନିର୍ବାଚନ ଆୟୋଗ ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କଟକ ଜିଲା ପ୍ରଶାସନ ପ୍ରୟାସରେ ଅଭିନବ ଶୈଳୀରେ ଆପଣା ଯାଉଛି। ତନ୍ମଧ୍ୟରେ ଏଲପିଜି ସିଲିଣ୍ଡରଗୁଡ଼ିକୁ ମତାଧିକାର ସାବ୍ୟସ୍ତ କରିବାର ସଚେତନତା ବାର୍ତ୍ତା ପ୍ରଚାରର ମାଧ୍ୟମ କରାଯାଉଛି। ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତାର ବାର୍ତ୍ତା ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଜିଲାର ସମସ୍ତ ଯୋଗ୍ୟ ଭୋଟର ଆଗେଇ ଆସି ନିଜର ମତ ସାବ୍ୟସ୍ତ କରି ଗଣତାନ୍ତ୍ରିକ ବିଧିବ୍ୟବସ୍ଥାକୁ ମଜବୁତ୍‌ କରିବା ସହିତ ମତଦାନ କରିବାର ଅତୁଳନୀୟ ଅନୁଭୂତି ସାଉଁଟିବାକୁ ଏହି ବାର୍ତ୍ତାରେ କୁହାଯାଇଛି। କଟକ ଜିଲାର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ବଡ଼ମ୍ବା, ବାଙ୍କୀ ଏବଂ ଆଠଗଡ଼ ବିଧାନସଭା ଆସନ ନିମନ୍ତେ ଆସନ୍ତା ମଇ ୨୫ ତାରିଖରେ ମତଦାନ ପାଇଁ ନିର୍ବାଚନ ତାରିଖ ଚୂଡ଼ାନ୍ତ ହୋଇଛି। ଏହି ଏଲପିଜି ସିଲିଣ୍ଡରଗୁଡ଼ିକରେ ଭୋଟଦାନ ତାରିଖ ମଇ ୨୫ ତାରିଖକୁ ମନେ ରଖବା ନିମନ୍ତେ ବାର୍ତ୍ତା ମଧ୍ୟ ଉଲ୍ଲେଖ ରହିଛି। କଟକ ସହରରେ ଅଧିକରୁ ଅଧିକ ସଂଖ୍ୟାରେ ଭୋଟର ମତଦାନ ପ୍ର୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri