ବାଲୁକାକଳା ମାଧ୍ୟମରେ ଭୋଟର ସଚେତନତା

ଭୁବନେଶ୍ୱର,୨୫।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ନୂତନ ଅଭିଯାନ ‘ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇର ଭୁବନେଶ୍ୱର ପ୍ରଧାନ କାର୍ଯ୍ୟାଳୟ ସମ୍ମୁଖରେ ଏକ ଆକର୍ଷଣୀୟ ବାଲୁକା କଳାକୃତିର ନିର୍ମାଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ବିଆଇ ଭୁବନେଶ୍ୱର ସର୍କଲର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଏସ୍‌ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ କହିଥିଲେ, ଗଣତନ୍ତ୍ରର ଏହି ମହାନ୍‌ ପର୍ବରେ ସାମିଲହେବା ସହ ଭୋଟଦାନ ସୁନିଶ୍ଚିତ କରିବାକୁ ସେ ବ୍ୟାଙ୍କର ସମସ୍ତ କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗ ତଥା ଅନ୍ୟ ସମସ୍ତଙ୍କୁ ମଧ୍ୟ ପରାମର୍ଶ ଦେଇଥିଲେ। ଏହି ଅଭିଯାନର ଅଂଶ ବିଶେଷ ଭାବେ ଏସ୍‌ବିଆଇର ଭୁବନେଶ୍ୱର ପ୍ରଧାନ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲାବେଳେ ଏସ୍‌ବିଆଇ ଭୁବନେଶ୍ୱରର ସମସ୍ତ ପ୍ରଶାସନିକ ଓ ଶାଖା କାର୍ଯ୍ୟାଳୟଗୁଡ଼ିକରେ ମଧ୍ୟ ଭୋଟର ସଚେତନତା ନିମିତ୍ତ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଉଲ୍ଲେଖଯୋଗ୍ୟ, ଏହି ବାଲୁକା କଳାକୃତିଟି ଏସ୍‌ବିଆଇ କର୍ମଚାରୀ ସୁବଳ ମହାରଣାଙ୍କ ଦ୍ୱାରା ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ ଲାଇଫର ଡିଜିଟାଲ ଅଭିଯାନ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ‘ଏସ୍‌ବିଆଇ ଲାଇଫ୍‌ ଇନସ୍ୟୁରାନ୍ସ’ର ବହୁ ପ୍ରତୀକ୍ଷିତ ଡିଜିଟାଲ ଅଭିଯାନ ‘ପାପା ହୈ ନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା...

ଆଜିଠାରୁ ରାଉରକେଲା ବଜାରରେ ଅମୂଲ ସମ୍ଭାର

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାର୍କେଟିିଂ ଫେଡେରେଶନ୍‌ ଲିମିଟେଡ (ଜିସିଏମ୍‌ଏମ୍‌ଏଫ ଲିମିଟେଡ)ର ଅଗ୍ରଣୀ ବ୍ରାଣ୍ଡ୍‌ ‘ଅମୂଲ’ର ନୂତନ ଉତ୍ପାଦ...

ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ...

ଓପୋର ନୂତନ ଉତ୍ପାଦ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋ ଇଣ୍ଡିଆର ନୂତନ ଉତ୍ପାଦ ‘ଏଫ୨୭ ପ୍ରୋ+୫ଜି’ର ସର୍ବଭାରତୀୟ ଉନ୍ମୋଚନ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ସିନେମା-ଟିକେଟ୍‌ ବ୍ୟବସାୟ ଜୋମାଟୋକୁ ବିକ୍ରି କରିବାକୁ ଯୋଜନା କରୁଛି ପେଟିଏମ୍‌: ରିପୋର୍ଟ

ମୁମ୍ବାଇ,୧୬ା୬: ପେଟିଏମ୍‌ ଏହାର ସିନେମା-ଟିକେଟ୍‌ ବ୍ୟବସାୟ ଅନଲାଇନ ଡେଲିଭରି ସଂସ୍ଥା ଜୋମାଟୋକୁ ବିକ୍ରୀ କରିବାକୁ ଆଲୋଚନା କରୁଥିବା ଜଣାପଡିଛି। ବିକ୍ରି ହ୍ରାସ ପାଇଥିବାରୁ କମ୍ପାନୀ ଏକ...

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌...

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ...

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri