ଭୋଟରଙ୍କ ଆପତ୍ତି ଅଭିଯୋଗ ଶୁଣାଣି ଶିବିର: ସ୍ଥିତି ସମୀକ୍ଷା କଲେ ଭଞ୍ଜନଗର ଉପଜିଲାପାଳ

ଭଞ୍ଜନଗର, ୧୮।୭ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍.) ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ଇଲେକ୍ଟୋରାଲ୍ ରେଜିଷ୍ଟ୍ରେସନ୍ ଅଫିସର (ଇ.ଆର୍.ଓ.) ତଥା ଉପଜିଲାପାଳ ଉମାଶଙ୍କର ବେହେରା ବିଭିନ୍ନ ଶୁଣାଣି ଶିବିର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ, ଜଗନ୍ନାଥପ୍ରସାଦ ସ୍ଥିତ ଏନ୍‌.ପି. ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଯୁଧିଷ୍ଠିର ବିଦ୍ୟାପୀଠରେ ଆୟୋଜିତ ଭୋଟର ତାଲିକାରେ ସଂଯୋଜିତ ହୋଇନଥିବା ଭୋଟରମାନଙ୍କ ଶୁଣାଣି ଶିବିର ବୁଲି ଦେଖିବା ସହ ସାମଗ୍ରିକ ପ୍ରକ୍ରିୟାର ତଦାରଖ କରିଥିଲେ।

ଏହି ଶିବିରଗୁଡ଼ିକ ଭଞ୍ଜନଗର ଓ ଜଗନ୍ନାଥପ୍ରସାଦ ଏ.ଇ.ଆର୍.ଓ.ଙ୍କ ଅଧୀନସ୍ଥ ବୁଥ୍‌ ଗୁଡ଼ିକର ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଭୋଟରମାନଙ୍କ ପାଇଁ ଆୟୋଜନ କରାଯାଇଛି। ପରିଦର୍ଶନ ସମୟରେ ଉପଜିଲ୍ଲାପାଳ ନୋଟିସ୍ ପାଇଥିବା ଭୋଟରଙ୍କ ଦସ୍ତାବେଜ ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା କରିଥିଲେ। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶିତ ୧୩ଟି ଦସ୍ତାବେଜ ଅନୁଯାୟୀ ପ୍ରମାଣପତ୍ରର ସତ୍ୟତା ପରୀକ୍ଷା, ରେକର୍ଡ ସଂରକ୍ଷଣ ବ୍ୟବସ୍ଥା ଏବଂ ଶିବିରକୁ ଆସୁଥିବା ନାଗରିକଙ୍କୁ ପ୍ରଦାନ କରାଯାଉଥିବା ସୁବିଧା ସମ୍ପର୍କରେ ସେ ପଚାରି ବୁଝିଥିଲେ।

ଏହି ଅବସରରେ ବେହେରା ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ, ନିରପେକ୍ଷ, ନିର୍ଭୁଲ ଏବଂ ସମୟବଦ୍ଧ ଭାବେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ନିର୍ଭୁଲ ଓ ବିଶ୍ୱସନୀୟ ଭୋଟର ତାଲିକା ପ୍ରସ୍ତୁତ କରିବା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri