Odisha Elections 2024
Posted inରାଜ୍ୟ

୨୦୨୪ ନିର୍ବାଚନ ପୂର୍ବରୁ ଭୋଟର ଆଇଡି ସଂଶୋଧନ କରିବାର ଶେଷ ସୁଯୋଗ, ଜାଣନ୍ତୁ କେଉଁ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଭୁବନେଶ୍ୱର,୨୭/୧୦: ରାଜ୍ୟରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଶୁକ୍ରବାର(ଅକ୍ଟୋବର ୨୭) ଠାରୁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ନୂତନ ଭୋଟର ଆଇଡି ଏବଂ ସଂଶୋଧନ ପାଇଁ ଆସନ୍ତ ଡିସେମ୍ବର ୯ ତାରିଖ ଯାଏ ଆବେଦନ କରିପାରିବେ।

ଯେଉଁ ଯୁବତୀ ଯୁବକ ମାନଙ୍କର ଜାନୁଆରୀ ୨୦୨୪ ସୁଦ୍ଧା ବୟସ ୧୮ ହୋଇଯାଇଥିବ ସେମାନେ ଆବେଦନ କରିପାରିବେ। ଯେଉଁମାନଙ୍କର ଆଇଡ଼ିରେ ତ୍ରୁଟି ରହିଥିବା ସେମାନେ ମଧ୍ୟ ଆବେଦନ କରିପରବେ। ଆବେଦନ ଉଭୟ ଅନଲାଇନ ଏବଂ ଅଫଲାଇନରେ ହେବ। ଲୋକମାନେ ଅଧିକ ସୂଚନା ପାଇଁ ଟୋଲ ଫି ନମ୍ବର ୧୯୫୦ କୁ ଯୋଗାଯୋଗ କରିପାରିବେ।

ରାଜ୍ୟରେ ଗତ ବର୍ଷ ଅପେକ୍ଷା ଚଳିତ ଭୋଟର ସଂଖ୍ୟା ବର୍ଷ ବଢ଼ିଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ ଗତବର୍ଷ ୩ କୋଟି ୨୩ ଲକ୍ଷ ୫୨ ହଜାର ୧୧୯ ଭୋଟର ଥିବା ବେଳେ ଚଳିତ ବର୍ଷ ଭୋଟର ସଂଖ୍ୟା’୩ କୋଟି ୨୬ ଲକ୍ଷ ୫୫ ହଜାର ୨୧୩ ରହିଛି।

ସେହିପରି ବୁଥ୍‌ ସଂଖ୍ୟା ମଧ୍ୟ ବଢ଼ି ୩୭ ହଜାର ୮୦୯ରେ ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ EVM, VVPAT ଯାଞ୍ଚ ସରିଛି । ବାକି ୨୦ଟି ଜିଲ୍ଲାରେ ନଭେମ୍ବର ପହିଲାରୁ ଯାଞ୍ଚ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri