ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ୱର,୨୮ା୧୦(ଅସମାପିକା ସାହୁ): ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଆଜିଠୁ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏନେଇ ୨୦୨୩ ଡିସେମ୍ବର ୯ ପର୍ଯ୍ୟନ୍ତ ଭୋଟରମାନେ ଆବେଦନ କରିପାରିବେ। ୨୦୨୪ ଜାନୁୟାରୀ ପହିଲା ସୁଦ୍ଧା ଯେଉଁମାନଙ୍କ ବୟସ ୧୮ ବର୍ଷ ଛୁଇଁଥିବ ସେମାନଙ୍କ ନାମ ଭୋଟର ତାଲିକାରେ ରହିପାରିବ। ଏ ସମ୍ବନ୍ଧରେ ସବୁ ଜିଲାପାଳ, ଉପଜିଲାପାଳ, ବ୍ଲକ, ତହସିଲ ଏବଂ ବୁଥ୍‌ସ୍ତରୀୟ କାର୍ଯ୍ୟାଳୟକୁ ବିଜ୍ଞପ୍ତି ଜାରି କରାଯାଇଛି। ୨୦୨୩ ଜାନୁୟାରୀ ୫ରେ ପ୍ରକାଶ ପାଇଥିବା ଭୋଟର ତାଲିକା ଅନୁଯାୟୀ ରାଜ୍ୟରେ ମୋଟ୍‌ ୩୭,୬୦୬ ବୁଥ୍‌ ସଂଖ୍ୟା ରହିଥିଲା। ଜିଲାପାଳମାନଙ୍କ ପ୍ରସ୍ତାବ ଅନୁଯାୟୀ ବୁଥ୍‌ ସଂଖ୍ୟା ବଢ଼ି ୩୭,୮୦୯ରେ ପହଞ୍ଚିଛି। ସେହିଭଳି ମହିଳା ଭୋଟରଙ୍କ ହାର ସର୍ବାଧିକ ବଢ଼ିଛି। ରାଜ୍ୟରେ ପୁରୁଷ ଓ ମହିଳା ଭୋଟରଙ୍କ ହାର ବଢ଼ି ହଜାରେ ପୁରୁଷରେ ମହିଳା ଭୋଟରଙ୍କ ସଂଖ୍ୟା ୯୬୧ରୁ ବଢ଼ି ୯୬୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri