ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍‌) କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଜାରି ରହିଛି। ଏହି ଅବସରରେ ଛତ୍ରପୁରଠାରେ ରବିବାର ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଖସଡ଼ା ତାଲିକା ପ୍ରକାଶ ପାଇଛି।
ଗଞ୍ଜାମ ଜିଲାରେ ୧୩ଟି ନିର୍ବାଚନମଣ୍ଡଳିରେ ପୂର୍ବରୁ ଗଞ୍ଜାମ ଜିଲାରେ ୨୯ ଲକ୍ଷ ୯୯ ହଜାର ୭୮୨ ମତଦାତା ରହିଥିବା ବେଳେ ୨ ଲକ୍ଷ ୭ ହଜାର ୬୨୪ ଜଣ ଭୋଟରଙ୍କ ନାମ ବାଦ ପଡ଼ିଛି। ଖସଡ଼ା ତାଲିକାରେ ମୋଟ୍‌ ୨୭ ଲକ୍ଷ ୯୨ହଜାର ୧୫୮ ଜଣ ଭୋଟରଙ୍କୁ ସମ୍ମିଳିତ କରାଯାଇଛି। ଏହି ଏସ୍‌ଆଇଆର୍‌ ପ୍ରକ୍ରିୟାରେ ବେଳେ ୯୩.୧ ପ୍ରତିଶତ ଡିଜିଟାଇଜେଶନ ହୋଇଛି ଯାହାକି ମୋଟ ଉପରେ ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ଭୋଟର। ବଳକା ୬.୯ ପ୍ରତିଶତ ଭୋଟରଙ୍କ ଡିଜିଟାଇଜେଶନ ହୋଇନି। ମୃତ୍ୟୁ ମତଦାତା ୯୪ ହଜାର ୭୩୪ ମତଦାତା ଚିହ୍ନଟ ହୋଇଛନ୍ତି। ସେହିପରି ଅନୁପସ୍ଥିତ ମତଦାତା ୨୦ ହଜାର ୪୯୭, ସ୍ଥାନାନ୍ତରିତ ମତଦାତା ୭୩ ହଜାର ୩୭୮, ଡୁପ୍ଳିକେଟ ବା ପ୍ରତିରୂପ ନାମ ଥିବା ମତଦାତା ୧୭ ହଜାର ୯୩୬ ଓ ଅନ୍ୟାନ୍ୟ ୧୦୭୯ ମତଦାତା ଚିହ୍ନଟ ହୋଇଛନ୍ତି ବୋଲି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଯେଉଁ ବ୍ୟକ୍ତି ନାମ କଟିଥିଲେ ସେମାନେ ଜୁଲାଇ ୫ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ କରିପାରିବେ।
୬ ସେପ୍ଟେମ୍ବରରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ଦେବଦତ୍ତ ପଣ୍ଡା ଓ ଡେପୁଟି କଲେକ୍ଟର (ନିର୍ବାଚନ) ଅରୁଣ କୁମାର ଖଣ୍ଡା ଉପସ୍ଥିତ ଥିଲେ। ଜିଲାରେ ୩୦ ମେ’ ଠାରୁ ଜୁନ୍‌ ୨୮ ତାରିଖ ପ୍ରଯ୍ୟନ୍ତ ବିଏଲ୍‌ଓମାନଙ୍କ ଦ୍ୱାରା ଘରକୁ ଘର ବୁଲି ଫର୍ମ ପ୍ରଦାନ କରାଯାଇଥିଲା। ଏହା ପରେ ଏହାକୁ ଡିଜିଟାଇଜେଶନ କରାଯାଇଥିଲା।

ଭୋଟ୍‌ ଦେବା ପାଇଁ ଯୋଗ୍ୟ ହୋଇ ମଧ୍ୟ ଭୋଟର ତାଲିକାରେ ସାମିଲ ହୋଇପାରି ନ ଥିବା ନାଗରିକଙ୍କୁ ଅନ୍ତର୍ଭୁକ୍ତ କରିବା, ନୂତନ ମତଦାତାଙ୍କ ପଞ୍ଜୀକରଣ, ମୃତ, ଅଯୋଗ୍ୟ ଓ ସ୍ଥାୟୀ ଭାବେ ସ୍ଥାନାନ୍ତରିତ ଭୋଟରଙ୍କ ନାମ ବିଲୋପ କରିବା ସହିତ ଭୋଟର ତାଲିକାକୁ ସମ୍ପୂର୍ଣ୍ଣ ତ୍ରୁଟିମୁକ୍ତ କରିବା ଏହାର ମୁଖ୍ୟ ଉଦେଶ୍ୟ ବୋଲି ଜିଲାପାଳ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?