ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍‌ ଭୋଟରଙ୍କ ଉପରେ କଡ଼ା ନଜର

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ ପଞ୍ଜୀକରଣ କରିପାରିବେ। ଆପତ୍ତି ଅଭିଯୋଗ ଥିଲେ ସେମାନେ ନିର୍ଦ୍ଧାରିତ ଫର୍ମରେ ଆସନ୍ତା ୧୬ରୁ ଡିସେମ୍ବର ୧୫ ପର୍ଯ୍ୟନ୍ତ ସମ୍ପୃକ୍ତ ମତଦାନ କେନ୍ଦ୍ରରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ମାଧ୍ୟମରେ ଦାଖଲ କରିପାରିବେ। ଗୁରୁବାର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉପଜିଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି।
ଉପଜିଲାପାଳ କହିଛନ୍ତି, ନୂତନ ଭୋଟର ଭାବେ ନାମ ପଞ୍ଜୀକରଣ ନିିମନ୍ତେ ଫର୍ମ ନଂ-୬, ପ୍ରବାସୀ ଭାରତୀୟ ଭାବେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬(କ), ତାଲିକାରୁ ନାମ ବାଦ୍‌ ନିମନ୍ତେ ଫର୍ମ ନଂ-୭, ତ୍ରୁଟି ସଂଶୋଧନ ନିମନ୍ତେ ଫର୍ମ ନଂ-୮ ଏବଂ ଭୋଟରଙ୍କ ନାମ ସ୍ଥାନାନ୍ତରୀକରଣ ନିମନ୍ତେ ଫର୍ମ ନଂ-୮(କ) ଦାଖଲ କରାଯାଇ ପାରିବ। ଉପଜିଲାପାଳ ଏବଂ ସମସ୍ତ ବିଡିିଓଙ୍କ କାର୍ଯ୍ୟାଳୟରେ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇଛି। ନଭେମ୍ବର ୨୨, ୨୮, ଡିସେମ୍ବର ୬ ଓ ୧୨ ତାରିଖରେ ସ୍ବତନ୍ତ୍ର ଅଭିଯାନ ଦିବସ ହେବ। ଏହିଦିନ ସମସ୍ତ ବିଏଲ୍‌ଓ ନିଜ ବୁଥ୍‌ରେ ଉପସ୍ଥିତ ରହିବେ। ଜନସାଧାରଣ ନିର୍ଦ୍ଧାରିତ ଫର୍ମ ମାଧ୍ୟମରେ ଦାବି, ଅଭିଯୋଗ ତଥା ନୂତନ ଭୋଟର ଭାବେ ପଞ୍ଜୀକରଣ ଆବେଦନ କରିପାରିବେ। ୨୦୨୧ ଜାନୁୟାରୀ ୧୫ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଜାଲ୍‌ ଭୋଟରଙ୍କ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି। ଏଥିରେ ସହଯୋଗ ପାଇଁ ଜନସାଧାରଣ ଏବଂ ରାଜନୈତିକ ଦଳଗୁଡ଼ିକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ସୁଭାଷଚନ୍ଦ୍ର ନାଥଶର୍ମା ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁମନ୍ତ କର ଉପସ୍ଥିତ ଥିଲେ।
ସେହିପରି ଖୋର୍ଦ୍ଧା ଜିଲାରେ ଭୋଟର ତାଲିକା ସ୍ବତନ୍ତ୍ର ସଂଶୋଧନ ନିମନ୍ତେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିବାବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ। ଜିଲାପାଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ। ଡେପୁଟି କଲେକ୍ଟର (ନିର୍ବାଚନ) କୁମୁଦିନୀ ସୁବୁଦ୍ଧି ଭୋଟର ତାଲିକା ସଂଶୋଧନ ସମ୍ପର୍କରେ ସୂଚନା ଦେଇଥିଲେ। ତାଲିକା ସଂଶୋଧନ ନେଇ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ଅଭିଯାନ ନଭେମ୍ବର ୨୨ରୁ ୨୮ ଏବଂ ଡିସେମ୍ବର ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ବୈଠକରେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ, ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ, ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri