ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍‌ ଭୋଟରଙ୍କ ଉପରେ କଡ଼ା ନଜର

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ ପଞ୍ଜୀକରଣ କରିପାରିବେ। ଆପତ୍ତି ଅଭିଯୋଗ ଥିଲେ ସେମାନେ ନିର୍ଦ୍ଧାରିତ ଫର୍ମରେ ଆସନ୍ତା ୧୬ରୁ ଡିସେମ୍ବର ୧୫ ପର୍ଯ୍ୟନ୍ତ ସମ୍ପୃକ୍ତ ମତଦାନ କେନ୍ଦ୍ରରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ମାଧ୍ୟମରେ ଦାଖଲ କରିପାରିବେ। ଗୁରୁବାର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉପଜିଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି।
ଉପଜିଲାପାଳ କହିଛନ୍ତି, ନୂତନ ଭୋଟର ଭାବେ ନାମ ପଞ୍ଜୀକରଣ ନିିମନ୍ତେ ଫର୍ମ ନଂ-୬, ପ୍ରବାସୀ ଭାରତୀୟ ଭାବେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬(କ), ତାଲିକାରୁ ନାମ ବାଦ୍‌ ନିମନ୍ତେ ଫର୍ମ ନଂ-୭, ତ୍ରୁଟି ସଂଶୋଧନ ନିମନ୍ତେ ଫର୍ମ ନଂ-୮ ଏବଂ ଭୋଟରଙ୍କ ନାମ ସ୍ଥାନାନ୍ତରୀକରଣ ନିମନ୍ତେ ଫର୍ମ ନଂ-୮(କ) ଦାଖଲ କରାଯାଇ ପାରିବ। ଉପଜିଲାପାଳ ଏବଂ ସମସ୍ତ ବିଡିିଓଙ୍କ କାର୍ଯ୍ୟାଳୟରେ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇଛି। ନଭେମ୍ବର ୨୨, ୨୮, ଡିସେମ୍ବର ୬ ଓ ୧୨ ତାରିଖରେ ସ୍ବତନ୍ତ୍ର ଅଭିଯାନ ଦିବସ ହେବ। ଏହିଦିନ ସମସ୍ତ ବିଏଲ୍‌ଓ ନିଜ ବୁଥ୍‌ରେ ଉପସ୍ଥିତ ରହିବେ। ଜନସାଧାରଣ ନିର୍ଦ୍ଧାରିତ ଫର୍ମ ମାଧ୍ୟମରେ ଦାବି, ଅଭିଯୋଗ ତଥା ନୂତନ ଭୋଟର ଭାବେ ପଞ୍ଜୀକରଣ ଆବେଦନ କରିପାରିବେ। ୨୦୨୧ ଜାନୁୟାରୀ ୧୫ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଜାଲ୍‌ ଭୋଟରଙ୍କ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି। ଏଥିରେ ସହଯୋଗ ପାଇଁ ଜନସାଧାରଣ ଏବଂ ରାଜନୈତିକ ଦଳଗୁଡ଼ିକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ସୁଭାଷଚନ୍ଦ୍ର ନାଥଶର୍ମା ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁମନ୍ତ କର ଉପସ୍ଥିତ ଥିଲେ।
ସେହିପରି ଖୋର୍ଦ୍ଧା ଜିଲାରେ ଭୋଟର ତାଲିକା ସ୍ବତନ୍ତ୍ର ସଂଶୋଧନ ନିମନ୍ତେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିବାବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ। ଜିଲାପାଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ। ଡେପୁଟି କଲେକ୍ଟର (ନିର୍ବାଚନ) କୁମୁଦିନୀ ସୁବୁଦ୍ଧି ଭୋଟର ତାଲିକା ସଂଶୋଧନ ସମ୍ପର୍କରେ ସୂଚନା ଦେଇଥିଲେ। ତାଲିକା ସଂଶୋଧନ ନେଇ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ଅଭିଯାନ ନଭେମ୍ବର ୨୨ରୁ ୨୮ ଏବଂ ଡିସେମ୍ବର ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ବୈଠକରେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ, ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ, ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri