ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ରାଜ୍ୟର ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନଭେମ୍ବର ୧୬ ତାରିଖରେ ଭୋଟର ତାଲିକା ପ୍ରକାଶ ପାଇଛି। ୨୦୨୧ ଜାନୁୟାରୀ ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହୋଇଥିବ ସେମାନେ ଭୋଟର ତାଲିକାରେ ନିଜର ନାମ ପଞ୍ଜୀକରଣ ନିମନ୍ତେ ବୁଥ୍ ଲେଭଲ ଅଧିକାରୀ(ବିଏଲ୍ଓ)ଙ୍କ ଠାରେ ଫର୍ମ-୬ ମାଧ୍ୟମରେ ଆବେଦନ କରି ପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଏହାଛଡ଼ା ଚିଠା ଭୋଟର ତାଲିକାରେ କିମ୍ବା ଭୋଟର ପରିଚୟ ପତ୍ରରେ ଯେ କୌଣସି ପ୍ରକାର ତ୍ରୁଟି ଥିଲେ ଫର୍ମ-୮ ଓ ଭୋଟର ତାଲିକାରୁ ନାମ ବାଦ ଦେବା ପାଇଁ ଫର୍ମ ନଂ-୭ରେ ଆବେଦନ କରିପାରିବେ।
ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ରାଜ୍ୟର ସମସ୍ତ ଭୋଟରମାନଙ୍କ ମଧ୍ୟରେ ବିଶେଷକରି ନୂତନ ଭୋଟରଙ୍କ ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ସକାଶେ ଜିଲା ନିର୍ବାଚନ ଅଧିକାରୀମାନଙ୍କୁ ଲୋହାନୀ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ନିମନ୍ତେ ଚଳିତ ମାସ ୨୮ ଓ ୨୯ ଏବଂ ଡିସେମ୍ବର ୫ ଓ ୬ ତାରିଖକୁ ସ୍ବତନ୍ତ୍ର ଅଭିଯାନ ଦିବସ ଭାବେ ପାଳନ କରାଯିବ। ଉକ୍ତ ଦିବସଗୁଡିକରେ ଭୋଟଗ୍ରହଣ କେନ୍ଦ୍ରରେ ବୁଥ୍ସ୍ତରୀୟ ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବେ। ଭୋଟର ତାଲିକା ସଂଶୋଧନ ନିମନ୍ତେ ଭୋଟରମାନେ ମଧ୍ୟ ନିର୍ବାଚନ ଆୟୋଗଙ୍କ ଓ୍ବେବ୍ସାଇଟ www.nvsp.in କିମ୍ବା voter helpline କୁ ଲଗ୍ଇନ କରି ନିଜର ନାମ ତନଖି କରିପାରିବେ। ଆସନ୍ତା ଜାନୁୟାରୀ ୫ ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ତାହାର ସମାଧାନ କରାଯିବ। ୨୦୨୧ ଜାନୁୟାରୀ ୧୫ରେ ସଂଶୋଧିତ ଭୋଟର ତାଲିକା ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଚାଲୁ ରହିଥିବା ସମୟରେ ଭୋଟର ସଂଶୋଧନ କାର୍ଯ୍ୟକ୍ରମରେ ନିୟୋଜିତ ଅଧିକାରୀଙ୍କ ବଦଳି ହୋଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ପ୍ରକାଶ କରିଛନ୍ତି। ଏହି ବୈଠକରେ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ ଓ ଶତ୍ରୁଘ୍ନ କର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

