ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ରାଜ୍ୟର ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନଭେମ୍ବର ୧୬ ତାରିଖରେ ଭୋଟର ତାଲିକା ପ୍ରକାଶ ପାଇଛି। ୨୦୨୧ ଜାନୁୟାରୀ ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହୋଇଥିବ ସେମାନେ ଭୋଟର ତାଲିକାରେ ନିଜର ନାମ ପଞ୍ଜୀକରଣ ନିମନ୍ତେ ବୁଥ୍ ଲେଭଲ ଅଧିକାରୀ(ବିଏଲ୍ଓ)ଙ୍କ ଠାରେ ଫର୍ମ-୬ ମାଧ୍ୟମରେ ଆବେଦନ କରି ପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଏହାଛଡ଼ା ଚିଠା ଭୋଟର ତାଲିକାରେ କିମ୍ବା ଭୋଟର ପରିଚୟ ପତ୍ରରେ ଯେ କୌଣସି ପ୍ରକାର ତ୍ରୁଟି ଥିଲେ ଫର୍ମ-୮ ଓ ଭୋଟର ତାଲିକାରୁ ନାମ ବାଦ ଦେବା ପାଇଁ ଫର୍ମ ନଂ-୭ରେ ଆବେଦନ କରିପାରିବେ।
ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ରାଜ୍ୟର ସମସ୍ତ ଭୋଟରମାନଙ୍କ ମଧ୍ୟରେ ବିଶେଷକରି ନୂତନ ଭୋଟରଙ୍କ ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ସକାଶେ ଜିଲା ନିର୍ବାଚନ ଅଧିକାରୀମାନଙ୍କୁ ଲୋହାନୀ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ନିମନ୍ତେ ଚଳିତ ମାସ ୨୮ ଓ ୨୯ ଏବଂ ଡିସେମ୍ବର ୫ ଓ ୬ ତାରିଖକୁ ସ୍ବତନ୍ତ୍ର ଅଭିଯାନ ଦିବସ ଭାବେ ପାଳନ କରାଯିବ। ଉକ୍ତ ଦିବସଗୁଡିକରେ ଭୋଟଗ୍ରହଣ କେନ୍ଦ୍ରରେ ବୁଥ୍ସ୍ତରୀୟ ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବେ। ଭୋଟର ତାଲିକା ସଂଶୋଧନ ନିମନ୍ତେ ଭୋଟରମାନେ ମଧ୍ୟ ନିର୍ବାଚନ ଆୟୋଗଙ୍କ ଓ୍ବେବ୍ସାଇଟ www.nvsp.in କିମ୍ବା voter helpline କୁ ଲଗ୍ଇନ କରି ନିଜର ନାମ ତନଖି କରିପାରିବେ। ଆସନ୍ତା ଜାନୁୟାରୀ ୫ ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ତାହାର ସମାଧାନ କରାଯିବ। ୨୦୨୧ ଜାନୁୟାରୀ ୧୫ରେ ସଂଶୋଧିତ ଭୋଟର ତାଲିକା ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଚାଲୁ ରହିଥିବା ସମୟରେ ଭୋଟର ସଂଶୋଧନ କାର୍ଯ୍ୟକ୍ରମରେ ନିୟୋଜିତ ଅଧିକାରୀଙ୍କ ବଦଳି ହୋଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ପ୍ରକାଶ କରିଛନ୍ତି। ଏହି ବୈଠକରେ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ ଓ ଶତ୍ରୁଘ୍ନ କର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…
ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...
ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ
ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...
Archives


