ଭୋଟର ତାଲିକା ସଂଶୋଧନ ଆରମ୍ଭ

ଯାଜପୁର ଅଫିସ,୨୦।୧୧: ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଆରମ୍ଭ ହୋଇଛି। ଚୂଡାନ୍ତ ସଂଶୋଧିତ ଭୋଟର ତାଲିକା ୨୦୨୧ ଜାନୁୟାରୀ ୧୫ରେ ସମସ୍ତ ଭୋଟଗ୍ରହଣ କେନ୍ଦ୍ର ଓ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ନେଇ ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରୋଠୋର ସୂଚନା ଦେଇଛନ୍ତି। ୨୦୨୧ ଜାନୁୟାରୀ ୧ ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହୋଇଥିବ ସେମାନେ ଭୋଟର ତାଲିକାରେ ନିଜ ନାମ ପଞ୍ଜୀକରଣ କରିପାରିବେ। ଚଳିତ ମାସ ୧୬ରୁ ଜିଲାର ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ତହସିଲ ଓ ବ୍ଲକ କାର୍ଯ୍ୟଳୟରେ ଭୋଟର ତାଲିକା ପ୍ରକାଶ ପାଇଛି। ଏହାକୁ ଭୋଟରମାନେ ଅନୁଧ୍ୟାନ କରିପାରିବେ। ଭୋଟର ତାଲିକାରେ ନାମ ଯୋଗ ପାଇଁ ୬ ନଂ. ଫର୍ମ ମାଧ୍ୟମରେ ବିଏଲଓ (ବୁଥସ୍ତରୀୟ ଅଧିକାରୀ)ଙ୍କ ନିକଟରେ ଆବେଦନ କରିପାରିବେ। ଭୋଟର ତାଲିକାରେ ଗୋଟିଏ ଭୋଟ ଗ୍ରହଣ କେନ୍ଦ୍ରରୁ ଅନ୍ୟ ଏକ ଭୋଟ କେନ୍ଦ୍ରକୁ ନିଜର ନାମ ସ୍ଥାନାନ୍ତର ନିମନ୍ତେ ଫର୍ମ ନଂ. ୮(କ) ଓ ଭୋଟର ତାଲିକାରେ ତ୍ରୁଟି ଥିଲେ ସଂଶୋଧନ ପାଇଁ ଫର୍ମ ନଂ.୮ ରେ ଆବେଦନ କରିପାରିବେ। ନୂତନ ଭୋଟରଙ୍କ ପାଇଁ ଚଳିତ ମାସ ୨୮, ୨୯ ଏବଂ ଡିସେମ୍ବର ୫ ଓ ୬ ତାରିଖକୁ ସ୍ବତନ୍ତ୍ର ଅଭିଯାନ ଦିବସ ଭାବେ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ପାଳନ କରାଯିବ। ବୁଥସ୍ତରୀୟ ଅଧିକାରୀ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହି ନୂତନ ଭୋଟରଙ୍କ ତାଲିକାରେ ନାମ ଯୋଗ ଓ ଭୋଟର ତାଲିକାର ସଂଶୋଧନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବେ। ଜାନୁୟାରୀ ୫ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ସମାଧାନ କରାଯିବ। ଜିଲାର ୧୬୧୯ ମତଦାନ କେନ୍ଦ୍ରରେ ବର୍ତ୍ତମାନ ୧୪,୮୦,୦୨୫ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରେ ୭,୬୯,୦୭୨ ପୁରୁଷ, ୭,୧୦,୮୯୦ ମହିଳା ଓ ୬୩ ଜଣ ଅନ୍ୟାନ୍ୟ ଭୋଟର ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?