Posted inରାଜ୍ୟ

ଭୋଟର ତାଲିକା ସଂଶୋଧନ ଆରମ୍ଭ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ରାଜ୍ୟର ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନଭେମ୍ବର ୧୬ ତାରିଖରେ ଭୋଟର ତାଲିକା ପ୍ରକାଶ ପାଇଛି। ୨୦୨୧ ଜାନୁୟାରୀ ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହୋଇଥିବ ସେମାନେ ଭୋଟର ତାଲିକାରେ ନିଜର ନାମ ପଞ୍ଜୀକରଣ ନିମନ୍ତେ ବୁଥ୍‌ ଲେଭଲ ଅଧିକାରୀ(ବିଏଲ୍‌ଓ)ଙ୍କ ଠାରେ ଫର୍ମ-୬ ମାଧ୍ୟମରେ ଆବେଦନ କରି ପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଏହାଛଡ଼ା ଚିଠା ଭୋଟର ତାଲିକାରେ କିମ୍ବା ଭୋଟର ପରିଚୟ ପତ୍ରରେ ଯେ କୌଣସି ପ୍ରକାର ତ୍ରୁଟି ଥିଲେ ଫର୍ମ-୮ ଓ ଭୋଟର ତାଲିକାରୁ ନାମ ବାଦ ଦେବା ପାଇଁ ଫର୍ମ ନଂ-୭ରେ ଆବେଦନ କରିପାରିବେ।
ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ନିମନ୍ତେ ରାଜ୍ୟର ସମସ୍ତ ଭୋଟରମାନଙ୍କ ମଧ୍ୟରେ ବିଶେଷକରି ନୂତନ ଭୋଟରଙ୍କ ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ସକାଶେ ଜିଲା ନିର୍ବାଚନ ଅଧିକାରୀମାନଙ୍କୁ ଲୋହାନୀ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ନିମନ୍ତେ ଚଳିତ ମାସ ୨୮ ଓ ୨୯ ଏବଂ ଡିସେମ୍ବର ୫ ଓ ୬ ତାରିଖକୁ ସ୍ବତନ୍ତ୍ର ଅଭିଯାନ ଦିବସ ଭାବେ ପାଳନ କରାଯିବ। ଉକ୍ତ ଦିବସଗୁଡିକରେ ଭୋଟଗ୍ରହଣ କେନ୍ଦ୍ରରେ ବୁଥ୍‌ସ୍ତରୀୟ ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବେ। ଭୋଟର ତାଲିକା ସଂଶୋଧନ ନିମନ୍ତେ ଭୋଟରମାନେ ମଧ୍ୟ ନିର୍ବାଚନ ଆୟୋଗଙ୍କ ଓ୍ବେବ୍‌ସାଇଟ www.nvsp.in କିମ୍ବା voter helpline କୁ ଲଗ୍‌ଇନ କରି ନିଜର ନାମ ତନଖି କରିପାରିବେ। ଆସନ୍ତା ଜାନୁୟାରୀ ୫ ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ତାହାର ସମାଧାନ କରାଯିବ। ୨୦୨୧ ଜାନୁୟାରୀ ୧୫ରେ ସଂଶୋଧିତ ଭୋଟର ତାଲିକା ସମସ୍ତ ଭୋଟଗ୍ରହଣ କେନ୍ଦ୍ର, ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟ, ସମସ୍ତ ତହସିଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଚାଲୁ ରହିଥିବା ସମୟରେ ଭୋଟର ସଂଶୋଧନ କାର୍ଯ୍ୟକ୍ରମରେ ନିୟୋଜିତ ଅଧିକାରୀଙ୍କ ବଦଳି ହୋଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ପ୍ରକାଶ କରିଛନ୍ତି। ଏହି ବୈଠକରେ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ ଓ ଶତ୍ରୁଘ୍ନ କର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri