Posted inଜାତୀୟ

ଭୋଟର ତାଲିକା ସଂଶୋଧନ ସମୟସୀମା ସପ୍ତାହେ ବୃଦ୍ଧି

ନୂଆଦିଲ୍ଲୀ,୧।୧୨: ଦେଶର ୯ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀକୁ ନିର୍ବାଚନ କମିଶନ (ଇସି) ସପ୍ତାହେ ବୃଦ୍ଧି କରିଛନ୍ତି। ତଦନୁଯାୟୀ ଚୂଡ଼ାନ୍ତ ଭୋଟର ତାଲିକା ଫେବୃଆରୀ ୧୪ରେ ପ୍ରକାଶ ପାଇବ। ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ ପାଇଁ ଇସି ପୂର୍ବରୁ ବହୁତ କମ୍‌ ସମୟ ଧାର୍ଯ୍ୟ କରିଥିବାରୁ ଏହା ଜନସାଧାରଣଙ୍କ ସମେତ ତଳସ୍ତରରେ କାର୍ଯ୍ୟ କରୁଥିବା ନିର୍ବାଚନ ଅଧିକାରୀମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିବା ନେଇ ବିରୋଧୀ ଦଳଗୁଡ଼ିକ ଅଭିଯୋଗ କରିଥିଲେ। ସୋମବାରଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ବିରୋଧୀ ଦଳଗୁଡ଼ିକ ଏସ୍‌ଆଇଆର୍‌ ଉପରେ ଆଲୋଚନା ପାଇଁ ନିଷ୍ପତ୍ତି ନେଇଥିବାରୁ ଗୃହରେ ଅଚଳାବସ୍ଥା ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପୂର୍ବରୁ ଇସି ଏସ୍‌ଆଇଆର୍‌ କାର୍ଯ୍ୟସୂଚୀକୁ ସାମାନ୍ୟ କୋହଳ କରିଛନ୍ତି।
ରବିବାର ୩ ପୃଷ୍ଠାର ନିର୍ଦ୍ଦେଶନାମା ଜାରି କରି ଚିଠା ଭୋଟର ତାଲିକା ପ୍ରକାଶନ ପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅଧିକ ଗୋଟିଏ ସପ୍ତାହ ଦେଇଛନ୍ତି। ଭୋଟର ଗଣନା ସମୟସୀମା ଡିସେମ୍ବର ୧୧ ରଖାଯାଇଛି, ଯାହାକି ପୂର୍ବରୁ ଡିସେମ୍ବର ୪ ଥିଲା। ଚିଠା ଭୋଟର ତାଲିକା ଡିସେମ୍ବର ୯ରେ ପ୍ରକାଶ ପାଇବାକୁ ଥିବାବେଳେ ଏହାକୁ ୧୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସେହିପରି ଚୂଡ଼ାନ୍ତ ତାଲିକା ପ୍ରକାଶନ ସମୟ ପୂର୍ବରୁ ଫେବୃଆରୀ ୭ ଧାର୍ଯ୍ୟ ହୋଇଥିବାବେଳେ ଏହାକୁ ଫେବୃଆରୀ ୧୪କୁ ବୃଦ୍ଧି କରାଯାଇଛି। ଭୋଟର ତାଲିକା ସଂଶୋଧନ ଚାଲିଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଇସି ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ତାମିଲନାଡୁ, ରାଜସ୍ଥାନ, ମଧ୍ୟପ୍ରଦେଶ, କେରଳ, ପଣ୍ଡିଚେରୀ, ଗୁଜରାଟ, ଗୋଆ, ଛତିଶଗଡ଼, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ପାଇଁ ଅକ୍ଟୋବର ୨୭ରେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରାୟ ୫୧ କୋଟି ଭୋଟରଙ୍କ ତାଲିକା ସଂଶୋଧନ କରାଯିବ। ତେବେ ସ୍ବଳ୍ପ ସମୟ ମଧ୍ୟରେ ଏସ୍‌ଆଇଆର୍‌ କାର୍ଯ୍ୟ ଶେଷ କରିବାକୁ ଟାର୍ଗେଟ ଦିଆଯାଇଥିବାରୁ ଏଥିରେ ସାମିଲ ଥିବା ଅଧିକାରୀମାନେ କାର୍ଯ୍ୟଚାପର ସମ୍ମୁଖୀନ ହେଉଥିଲେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଅନୂ୍ୟନ ୪୦ ଜଣ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ)ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଏସ୍‌ଆଇଆର୍‌ କାର୍ଯ୍ୟସୂଚୀକୁ ନେଇ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇଥିଲେ। ରବିବାର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବାରୁ ପୂର୍ବର ଧାର୍ଯ୍ୟ ସମୟସୀମାରେ କାର୍ଯ୍ୟ କରିବା ବାସ୍ତବରେ ସମ୍ଭବ ନୁହେଁ ବୋଲି ଇସି ଜାଣିପାରିଥିବା କଂଗ୍ରେସ ନେତା ପ୍ରମୋଦ ତିଓ୍ବାରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ବିହାର ଏସ୍‌ଆଇଆର୍‌ ଉପରେ ବିତର୍କ ଦାବି ନେଇ ପାର୍ଲାମେଣ୍ଟର ଗତ ମୌସୁମୀ ଅଧିବେଶନ ବେଳେ ବିରୋଧୀ ଦଳ ହଟ୍ଟଗୋଳ ଜାରି ରଖିବାରୁ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଶୀତ ଅଧିବେଶନ ପାଇଁ ରବିବାର ସରକାର ସର୍ବଦଳୀୟ ବୈଠକ ଡାକିଥିବାବେଳେ ବିରୋଧୀ ଦଳଗୁଡ଼ିକ ଏସ୍‌ଆଇଆର୍‌ ଉପରେ ବିତର୍କ ଦାବି କରିବେ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri