Posted inଜାତୀୟ

ଭୋଟର ତାଲିକା ସଂଶୋଧନ ସମୟସୀମା ସପ୍ତାହେ ବୃଦ୍ଧି

ନୂଆଦିଲ୍ଲୀ,୧।୧୨: ଦେଶର ୯ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀକୁ ନିର୍ବାଚନ କମିଶନ (ଇସି) ସପ୍ତାହେ ବୃଦ୍ଧି କରିଛନ୍ତି। ତଦନୁଯାୟୀ ଚୂଡ଼ାନ୍ତ ଭୋଟର ତାଲିକା ଫେବୃଆରୀ ୧୪ରେ ପ୍ରକାଶ ପାଇବ। ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ ପାଇଁ ଇସି ପୂର୍ବରୁ ବହୁତ କମ୍‌ ସମୟ ଧାର୍ଯ୍ୟ କରିଥିବାରୁ ଏହା ଜନସାଧାରଣଙ୍କ ସମେତ ତଳସ୍ତରରେ କାର୍ଯ୍ୟ କରୁଥିବା ନିର୍ବାଚନ ଅଧିକାରୀମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିବା ନେଇ ବିରୋଧୀ ଦଳଗୁଡ଼ିକ ଅଭିଯୋଗ କରିଥିଲେ। ସୋମବାରଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ବିରୋଧୀ ଦଳଗୁଡ଼ିକ ଏସ୍‌ଆଇଆର୍‌ ଉପରେ ଆଲୋଚନା ପାଇଁ ନିଷ୍ପତ୍ତି ନେଇଥିବାରୁ ଗୃହରେ ଅଚଳାବସ୍ଥା ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପୂର୍ବରୁ ଇସି ଏସ୍‌ଆଇଆର୍‌ କାର୍ଯ୍ୟସୂଚୀକୁ ସାମାନ୍ୟ କୋହଳ କରିଛନ୍ତି।
ରବିବାର ୩ ପୃଷ୍ଠାର ନିର୍ଦ୍ଦେଶନାମା ଜାରି କରି ଚିଠା ଭୋଟର ତାଲିକା ପ୍ରକାଶନ ପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅଧିକ ଗୋଟିଏ ସପ୍ତାହ ଦେଇଛନ୍ତି। ଭୋଟର ଗଣନା ସମୟସୀମା ଡିସେମ୍ବର ୧୧ ରଖାଯାଇଛି, ଯାହାକି ପୂର୍ବରୁ ଡିସେମ୍ବର ୪ ଥିଲା। ଚିଠା ଭୋଟର ତାଲିକା ଡିସେମ୍ବର ୯ରେ ପ୍ରକାଶ ପାଇବାକୁ ଥିବାବେଳେ ଏହାକୁ ୧୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସେହିପରି ଚୂଡ଼ାନ୍ତ ତାଲିକା ପ୍ରକାଶନ ସମୟ ପୂର୍ବରୁ ଫେବୃଆରୀ ୭ ଧାର୍ଯ୍ୟ ହୋଇଥିବାବେଳେ ଏହାକୁ ଫେବୃଆରୀ ୧୪କୁ ବୃଦ୍ଧି କରାଯାଇଛି। ଭୋଟର ତାଲିକା ସଂଶୋଧନ ଚାଲିଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଇସି ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ତାମିଲନାଡୁ, ରାଜସ୍ଥାନ, ମଧ୍ୟପ୍ରଦେଶ, କେରଳ, ପଣ୍ଡିଚେରୀ, ଗୁଜରାଟ, ଗୋଆ, ଛତିଶଗଡ଼, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ପାଇଁ ଅକ୍ଟୋବର ୨୭ରେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରାୟ ୫୧ କୋଟି ଭୋଟରଙ୍କ ତାଲିକା ସଂଶୋଧନ କରାଯିବ। ତେବେ ସ୍ବଳ୍ପ ସମୟ ମଧ୍ୟରେ ଏସ୍‌ଆଇଆର୍‌ କାର୍ଯ୍ୟ ଶେଷ କରିବାକୁ ଟାର୍ଗେଟ ଦିଆଯାଇଥିବାରୁ ଏଥିରେ ସାମିଲ ଥିବା ଅଧିକାରୀମାନେ କାର୍ଯ୍ୟଚାପର ସମ୍ମୁଖୀନ ହେଉଥିଲେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଅନୂ୍ୟନ ୪୦ ଜଣ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ)ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଏସ୍‌ଆଇଆର୍‌ କାର୍ଯ୍ୟସୂଚୀକୁ ନେଇ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇଥିଲେ। ରବିବାର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବାରୁ ପୂର୍ବର ଧାର୍ଯ୍ୟ ସମୟସୀମାରେ କାର୍ଯ୍ୟ କରିବା ବାସ୍ତବରେ ସମ୍ଭବ ନୁହେଁ ବୋଲି ଇସି ଜାଣିପାରିଥିବା କଂଗ୍ରେସ ନେତା ପ୍ରମୋଦ ତିଓ୍ବାରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ବିହାର ଏସ୍‌ଆଇଆର୍‌ ଉପରେ ବିତର୍କ ଦାବି ନେଇ ପାର୍ଲାମେଣ୍ଟର ଗତ ମୌସୁମୀ ଅଧିବେଶନ ବେଳେ ବିରୋଧୀ ଦଳ ହଟ୍ଟଗୋଳ ଜାରି ରଖିବାରୁ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଶୀତ ଅଧିବେଶନ ପାଇଁ ରବିବାର ସରକାର ସର୍ବଦଳୀୟ ବୈଠକ ଡାକିଥିବାବେଳେ ବିରୋଧୀ ଦଳଗୁଡ଼ିକ ଏସ୍‌ଆଇଆର୍‌ ଉପରେ ବିତର୍କ ଦାବି କରିବେ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri