Posted inଜାତୀୟ

ଭୋଟର ପଞ୍ଜୀକରଣ ଗଣତନ୍ତ୍ରର ପ୍ରଥମ ପାହାଚ

ପୁଣେ,୧୧।୧୧: ମହାରାଷ୍ଟ୍ରର ପୁଣେସ୍ଥିତ ସାବିତ୍ରୀବାଈ ଫୁଲେ ବିଶ୍ୱବିଦ୍ୟାଳୟରେ ‘ଭୋଟର ପଞ୍ଜୀକରଣ-ଗଣତନ୍ତ୍ରର ପ୍ରଥମ ପାହାଚ’ ବିଷୟବସ୍ତୁ ଉପରେ ଏକ ମଲ୍ଟିମିଡିଆ ପ୍ରଦର୍ଶନୀ ଅନୁଷ୍ଠିତ ହେଉଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଗୁରୁବାର ଏହାକୁ ଉଦ୍‌ଘାଟନ କରିଛନ୍ତି। ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋ (ସିବିସି) ଏବଂ ପୁଣେର ଜିଲା ନିର୍ବାଚନ ଅଧିକାରୀ (ଡିଇଓ) ମିଳିତ ଭାବେ ଏହି ୩ ଦିନିଆ ଭୋଟର ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ଯୁବ ଭୋଟରଙ୍କୁ ପଞ୍ଜୀକୃତ କରିବା ଲାଗି ପୁଣେ ଡିଇଓ ପକ୍ଷରୁ ପ୍ରଦର୍ଶନୀ ସ୍ଥଳରେ ସ୍ବତନ୍ତ୍ର ପଞ୍ଜୀକରଣ କ୍ୟାମ୍ପ ବ୍ୟବସ୍ଥା କରାଯାଇଛି। ସିବିସିର ଭର୍ଚୁଆଲ ରିଏଲିଟି କିଓସ୍କୋ ମାଧ୍ୟମରେ ‘ଭାରତୀୟ ନିର୍ବାଚନ ଓ ଭୋଟର ପଞ୍ଜୀକରଣ’ ଉପରେ ବିଶେଷ ପ୍ରାଧାନ୍ୟ ଦିଆଯାଇଛି। ଏହି ଅବସରରେ ସିବିସିର ନୃତ୍ୟସଙ୍ଗୀତ କଳାକାରମାନେ ‘କୌଣସି ଭୋଟର ବାଦ୍‌ ପଡ଼ିବେ ନାହିଁ’ ଶୀର୍ଷକ ଉପରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସୋସିଆଲ ମିଡିଆ ଯୁଗରେ ସିବିସିର ସଚେତନତାଧର୍ମୀ ଲୋକସମ୍ପର୍କ କାର୍ଯ୍ୟକ୍ରମ ଯୋଗାଯୋଗର ସବୁଠୁ ବଳିଷ୍ଠ ମାଧ୍ୟମ ବୋଲି ଏହି ଅବସରରେ ସିଇସି ରାଜୀବ କୁମାର କହିଛନ୍ତି। ଭୋଟର ସଚେତନତା ଅଭିଯାନରେ ଏଭଳି ପ୍ରଦର୍ଶନୀ ସବୁବେଳେ ଉପଯୋଗୀ ହୋଇପାରିବ। ଭୋଟର ହେବା ଲାଗି ସେ ଯୁବପିଢ଼ିଙ୍କୁ ଆହ୍ବାନ ଦେଇଥିଲେ। ପୁଣେ ଭାରତର ଏକ ସାଂସ୍କୃତିକ କେନ୍ଦ୍ର ଓ ପୁଣେ ବିଶ୍ୱବିଦ୍ୟାଳୟର ଇତିହାସ ସହ ଗୋପାଳକୃଷ୍ଣ ଗୋଖଲେଙ୍କ ଭଳି ବିଶିଷ୍ଟ ବ୍ୟକ୍ତି ଜଡ଼ିତ। ତେଣୁ ୨୦୨୩ ଏସ୍‌ଏସ୍‌ଆର କାର୍ଯ୍ୟକ୍ରମ ଏଠାରୁ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ସବୁ ଯୋଗ୍ୟ ଭୋଟର ନିଜକୁ ପଞ୍ଜୀକରଣ କରାଇ ମତାଧିକାର ସାବ୍ୟସ୍ତ କଲେ ଗଣତନ୍ତ୍ର ସୁଦୃଢ଼ ହେବ ବୋଲି ନର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri