Posted inରାଜ୍ୟ

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ସର୍ଭେ କରାଯିବ। ଏହି ସର୍ଭେ ଅଭିଯାନ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୩ରୁ ୧୧ ତାରିଖ ପର୍ଯ୍ୟନ୍ତ ବିଏମ୍‌ସି ଅଧୀନରେ ଥିବା ୩ଟି ବିଧାନସଭା କ୍ଷେତ୍ରର ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ଓ୍ବାର୍ଡ ୧୦, ମଧ୍ୟ ଭୁବନେଶ୍ୱର ଅନ୍ତର୍ଗତ ବିଧାନସଭା କ୍ଷେତ୍ରର ଓ୍ବାର୍ଡ ନମ୍ବର ୩୫ ଏବଂ ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀର ଓ୍ବାର୍ଡ ନମ୍ବର ୫୨ରେ ଘରକୁ ଘର ସର୍ଭେ କାର୍ଯ୍ୟ ହାତକୁ ନିଆଯାଇଛି। ଆସନ୍ତା ଅକ୍ଟୋବର ୨୬ରୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରକୁ ଘର ସର୍ଭେ କରାଯାଇ ପଞ୍ଚାୟତ ଓ ପୌରାଞ୍ଚଳର ନିର୍ବାଚନ କ୍ଷେତ୍ରଗୁଡ଼ିକର ଭୋଟର ତାଲିକାକୁ ନିର୍ଭୁଲ ଓ ବ୍ୟବସ୍ଥିତ କରାଯିବ। ବର୍ତ୍ତମାନ ଗୋଟିଏ ପରିବାରର ସଦସ୍ୟମାନେ ଭିନ୍ନ ଭିନ୍ନ ବୁଥ୍‌ରେ ସାମିଲ ଅଛନ୍ତି। ଏହାସହ ଅସ୍ପଷ୍ଟ ଘର ନମ୍ବର ଭଳି ଜଟିଳ ସମସ୍ୟାର ସ୍ଥାୟୀ ସମାଧାନ କରିବା ଏହି ସର୍ଭେର ମୁଖ୍ୟ ଉଦ୍ଦେଶ୍ୟ ବୋଲି ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ କୁହାଯାଇଛି।
ସହରାଞ୍ଚଳରେ ଥିବା ଅଧିକାଂଶ ବିଧାନସଭା ବୁଥ୍‌ଗୁଡ଼ିକର କୌଣସି ନିର୍ଦ୍ଦିଷ୍ଟ ଭୌଗୋଳିକ ପରିସୀମା ନାହିଁ। ଫଳରେ ଗୋଟିଏ ବୁଥ୍‌ରେ ୧୦ରୁ ୧୨ଟି ଭିନ୍ନ ଭିନ୍ନ ଅଞ୍ଚଳର ଭୋଟର ସାମିଲ ହୋଇ ରହିଛନ୍ତି। ଏପରିକି ଗୋଟିଏ ଓ୍ବାର୍ଡର ଭୋଟରଙ୍କୁ ଅନ୍ୟ ଏକ ଓ୍ବାର୍ଡରେ ଭୋଟ ଦେବାକୁ ପଡୁଛି, ଫଳରେ ଅନେକ ଭୋଟର ମତଦାନ କେନ୍ଦ୍ରକୁ ଯିବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହି ସର୍ଭେ ମାଧ୍ୟମରେ ଗୋଟିଏ ପରିବାରର ସମସ୍ତ ସଦସ୍ୟ ଗୋଟିଏ ମତଦାନ କେନ୍ଦ୍ରରେ ଭୋଟଦାନ କରିପାରିବେ। ଏହାସହିତ ଗୋଟିଏ ଓ୍ବାର୍ଡର ମତଦାତାମାନଙ୍କ ନାମ ବିଭିନ୍ନ ଓ୍ବାର୍ଡର ଭୋଟର ତାଲିକାରେ ରହିଥିଲେ, ଏହି ସର୍ଭେ ପରେ ସେମାନେ ଗୋଟିଏ ଓ୍ବାର୍ଡରେ ରହିପାରିବେ, ଯାହାଦ୍ୱାରା ମତଦାତାଙ୍କ ମତଦାନ ସହଜରେ ହୋଇପାରିବ। ସହରାଞ୍ଚଳରେ ଭୋଟଦାନ ହାର କମିବାର ଏହା ଏକ ପ୍ରମୁଖ କାରଣ ହୋଇଥିବାରୁ ଏହି ନୂତନ ବ୍ୟବସ୍ଥା ଜରିଆରେ ଏହାକୁ ସୁଧାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସର୍ଭେ କାର୍ଯ୍ୟରେ ନିୟୋଜିତ ବୁଥ୍‌ସ୍ତରୀୟ ଅଧିକାରୀ(ବିଏଲ୍‌ଓ) ଏବଂ ଅନ୍ୟ କର୍ମଚାରୀମାନଙ୍କୁ ନେଇ ହୋଇଥିବା ଟିମ୍‌କୁ ଠିକ୍‌ ତଥ୍ୟ ପ୍ରଦାନ କରି ପୂର୍ଣ୍ଣ ସହଯୋଗ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି। ଏହି ଅଭିଯାନ ଦ୍ୱାରା ରାଜ୍ୟରେ ଏକ ସ୍ବଚ୍ଛ, ନିର୍ଭୁଲ ତଥ୍ୟ ବ୍ୟବସ୍ଥିତ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ ବୋଲି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri