ମତଦାନ କରିବାକୁ ମତଦାତା ଉତ୍ସାହୀ

ବଇଣ୍ଡା/ ଖମାର,୨୦।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ୨୦ ତାରିଖ ରବିବାର ଅନୁଗୋଳ ଜିଲାର ଆଠମଲ୍ଲିକ ଓ ପାଲଲହଡ଼ା ବ୍ଲକରେ ଅନୁଷ୍ଠିତ ହେବ। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ ଏବଂ ପାଲଲହଡ଼ା ବ୍ଲକର ୨୭ ପଞ୍ଚାୟତ ସହ ୩ ଜିଲା ପରିଷଦ ଜୋନ୍‌ରେ ମତଦାନ କରାଯିବ। ଏଥିପାଇଁ ଉଭୟ ବ୍ଲକରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ମତଦାନ ପାଇଁ ମତଦାତାମାନେ ଅତ୍ୟନ୍ତ ଉତ୍ସାହୀ ଥିବା ଜଣାପଡ଼ିଛି।
ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତରେ ମୋଟ୍‌ ୮୩ ହଜାର ୫୧୫ ଭୋଟର ଥିବା ବେଳେ ୩୧୯ ବୁଥ୍‌ କରାଯାଇଛି। ସେଥିରୁ ୫୪ ବୁଥ୍‌ ସମ୍ବେଦନଶୀଳ ଚିହ୍ନଟ ହୋଇଛି। ବୁଥ୍‌ଗୁଡ଼ିକରେ ୩୭୦ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ଆଉ ୫୧ ଜଣଙ୍କୁ ରିଜର୍ଭରେ ରଖାଯାଇଛି। ଶନିବାର ସମସ୍ତ ପ୍ରିଜାଇଡିଂ ଅଫିସର ଆଠମଲ୍ଲିକ ନିର୍ବାଚନ ଅଧିକାରୀଙ୍କ ନିକଟରେ ପହଞ୍ଚିବା ପରେ ସେମାନଙ୍କୁ ନିର୍ବାଚନ ସାମଗ୍ରୀ ସହ ନିଜ ନିଜ ବୁଥ୍‌କୁ ପଠାଇ ଦିଆଯାଇଛି। ଆଠମଲ୍ଲିକ ବ୍ଲକର ୩ଟି ଜିଲା ପରିଷଦ ଜୋନ୍‌ରେ ୯ ପ୍ରାର୍ଥୀ ରହିଛନ୍ତି। ସେହିପରି ୨୪ ପଞ୍ଚାୟତରେ ୮୧ ସରପଞ୍ଚ ପ୍ରାର୍ଥୀ, ୬୬ ସମିତିସଭ୍ୟ ପ୍ରାର୍ଥୀ, ୫୨୮ ୱାର୍ଡମେମ୍ବର ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଶୁକ୍ରବାର ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। ବୁଥ୍‌ଗୁଡିକରେ ଶାନ୍ତି ଶୃଙ୍ଖଳାର ସହ ଭୋଟ ପାଇଁ ଉପଖଣ୍ଡ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୩ଟି ମୋବାଇଲ ପାର୍ଟି ନିୟୋଜିତ କରାଯାଇଛି। ସୁପରଭାଇଜ ପାଇଁ ୫ ମୋବାଇଲ ପାର୍ଟି ଗଠନ ହୋଇଛି। ୬ ଜଣ ଅଫିସର, ୧୪୫ କନଷ୍ଟେବଳ, ୧୫୦ ହୋମଗାର୍ଡ, ୮୯ ଗ୍ରାମରକ୍ଷୀ ନିଯୁକ୍ତ କରାଯାଇଛି। ନିର୍ବାଚନ ପରିଚାଳନା ନିମନ୍ତେ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କମିଟି ସହ ୬ ଜଣଙ୍କୁ ମାଜିଷ୍ଟ୍ରେଟ ଭାବେ ନିଯୋଜିତ କରାଯାଇଛି। ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀ ଲଲିତ ମୋହନ ବେହେରା କହିଛନ୍ତି, ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ କରାଯାଇଛି। ସମସ୍ତ ବୁଥ୍‌ରେ ପ୍ରିଜାଇଡିଂ ଅଫିସର ନିୟୋଜିତ ଅଛନ୍ତି। ଆଠମଲ୍ଲିକ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନ କହିଛନ୍ତି, ସମ୍ବେଦନଶୀଳ ବୁଥ୍‌ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ଶାନ୍ତି ଶୃଙ୍ଖଳାର ସହ ଭୋଟ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ପାଲଲହଡ଼ା ବ୍ଲକର ୨୭ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ରେ ଭୋଟ ନିଆଯିବାକୁ ପ୍ରସ୍ତୁତି ଶେଷ ହୋଇଛି। ମୋଟ୍‌ ୩୭୦ଟି ବୁଥ୍‌ କରାଯାଇଥିବା ବେଳେ ୯୫ ହଜାର ୩୧୪ ଜଣ ଭୋଟର ସେମାନଙ୍କ ନେତା ନିର୍ବାଚନ କରିବେ। ୨୭ଟି ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୧୧୮ ପ୍ରାର୍ଥୀ ଥିବାବେଳେ ସମିତି ସଭ୍ୟ ପାଇଁ ୯୪ ଓ ଜିଲା ପରିଷଦ ସଦସ୍ୟ ନିମନ୍ତେ ୧୪ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ବୋଲି ନିର୍ବାଚନ ଅଧିକାରୀ ତଥା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବର ସୂଚନା ଦେଇଛନ୍ତି। ବିଭିନ୍ନ ବୁଥ୍‌ରେ ପୋଲିଂ କର୍ମଚାରୀ ପହଞ୍ଚି ସାରିଥିବା ବେଳେ ସୁରକ୍ଷା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?