ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍‌ ଗ୍ରହଣ ହେବ। ନିର୍ବାଚନ ପ୍ରଚାର ଚରମସୀମାରେ ପହଞ୍ଚିଛି। ବିଶେଷକରି ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ନିଜ ସମର୍ଥକଙ୍କୁ ଧରି ଘରକୁ ଘର ବୁଲି ଭୋଟ୍‌ ଭିକ୍ଷା କରୁଛନ୍ତି। ତେବେ ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ସମସ୍ୟା ଭୋଟରଙ୍କୁ ଅସ୍ତବ୍ୟସ୍ତ କରୁଛି। ଆଦିବାସୀ ବହୁଳ ଏହି ନିର୍ବାଚନ ମଣ୍ଡଳୀର ମୁଖ୍ୟ ସମସ୍ୟା ହେଉଛି ଧାନର ଅଭାବୀ ବିକ୍ରି। ଚାଷୀଙ୍କୁ ଉଚିତ୍‌ ପ୍ରାପ୍ୟ ମିଳୁନାହିଁ। ମଣ୍ଡିରେ ଧାନ ମାସ ମାସ ଧରି ପଡ଼ିରହୁଛି। କେବଳ ଧାନ ନୁହେଁ, ଦାଦନ ସମସ୍ୟା, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ମୋବାଇଲ ଇଣ୍ଟରନେଟ୍‌, ବେକାରୀ ସମସ୍ୟା ପ୍ରାର୍ଥୀଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ପ୍ରମୁଖ ଦଳର ପ୍ରାର୍ଥୀମାନେ ଏସବୁ ସମସ୍ୟା ସମାଧାନ କରିବା ନେଇ ପୁଳାପୁଳା ପ୍ରତିଶ୍ରୁତି ଦେଉଥିଲେ ମଧ୍ୟ ଭୋଟର ସେସବୁ ଗ୍ରହଣ କରିପାରୁନାହାନ୍ତି। ବୟସ୍କଙ୍କଠାରୁ ଆରମ୍ଭ କରି ଯୁବ ଭୋଟରଙ୍କ ମଧ୍ୟରେ ଏହାକୁ ନେଇ ପ୍ରବଳ ଅସନ୍ତୋଷ ରହିଛି। ମତଦାତାଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ଭଳି କି ଭଳି ହୋର୍ଡିଂ ସାଙ୍ଗକୁ ରାଲି, ସଭାସମିତି ମାଧ୍ୟମରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଥିଲେ ମଧ୍ୟ ନିର୍ବାଚନକୁ ନେଇ ଭୋଟରଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri