ଭୋଟ୍‌ ଦେବାକୁ ଆସି ଫେରିଗଲେ ଭୋଟର

ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା।
ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ସମସ୍ତ ମତଦାନ କେନ୍ଦ୍ରରେ ଭୋଟ୍‌ ଦେବା କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ମତଦାନ ଦେବା ଆରମ୍ଭରୁ ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ସରକାରୀ ହାଇସ୍କୁଲରେ ମତଦାନ କେନ୍ଦ୍ର ୧୫୪ ଓ ୧୫୨ ପୋଲିଂ ହଲ୍‌ରେ ଯଥାକ୍ରମେ ୪୫ମିନିଟ୍‌ ଓ ୨୦ ମିନିଟ୍‌ ସମୟ ଧରି ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖା ଯାଇଥିଲା। ପରେ ଆସିଥିବା ବିଭାଗୀୟ ଟେକ୍ନିସିଆନଙ୍କର ହସ୍ତକ୍ଷେପ ପରେ ପୁଣି ପାଞ୍ଚଟି ମେଶିନ ସଚଳ ହୋଇଥିଲା। ତେବେ ଏନେଇ ଦାୟିତ୍ୱରେ ଥିବା ସେକ୍ଟର ଅଧିକାରୀ କୈଳାସ ଦଳେଇଙ୍କୁ ପଚାରିବାରୁ ଗୋଟିଏ ୪୫ ମିନିଟ୍‌ ଆଉ ଗୋଟେ ୨୦ ମିନିଟ୍‌ ଖରାପ ହୋଇଥିବା ନେଇ ମୁଁ ରିପୋର୍ଟ ଦେଇଛି ବୋଲି ସେ ସୂଚନା ଦେଇଛନ୍ତି। ଏଥିଯୋଗୁ କିଛି ମତଦାତା ବାଧ୍ୟରେ ନିରାଶ ହୋଇ ଫେରି ଯାଇଥିବା ବେଳେ ଆଉ କେତେକ ବୟସ୍କ ମତଦାତା ହଟହଟା ହୋଇଥିବା ଦେଖିବାକୁ ମିଳିଥିଲା। ସବୁଠାରୁ ଦୁଃଖର ବିଷୟ ମତଦାନ କେନ୍ଦ୍ରରେ ଯେପରି ମତଦାତାମାନେ ସୁବିଧାରେ ମତଦାନ କରି ପାରିବେ ସେଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ଟେଣ୍ଟ ଓ ପିଇବା ପାଣିର ବ୍ୟବସ୍ଥା ଆଦି କରାଯିବାର ନିୟମ ଥିବା ବେଳେ ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ବୁଥ୍‌ଗୁଡ଼ିକରେ ପିଇବା ପାଣିର ଆବଶ୍ୟକ ବନ୍ଦୋବସ୍ତ ନ ହେବାରୁ ବସସ୍କ ବୃଦ୍ଧାବୃଦ୍ଧମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ ହୋଇଥିଲା। ଶାନ୍ତିଶୃଙ୍ଖଳା ଦୃଷ୍ଟିରୁ ନିରାକାରପୁର ଥାନା ଅଧିକାରୀ ବିଶ୍ୱଜିତ୍‌ ରାଉତରାୟଙ୍କ ନେତୃତ୍ୱରେ ସ୍ବତନ୍ତ୍ର ପୋଲିସ ଫୋର୍ସ ମୁତୟନ କରାଯାଇ ଶାନ୍ତିଶୃଙ୍ଖଳା ରକ୍ଷା କରାଯାଇଥିବା ରାଉତରାୟ ସୂଚନା ଦେଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?