ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨ ଶହରୁ ଊର୍ଦ୍ଧ୍ୱ ଭୋଟର ଭୋଟ ବର୍ଜନ କରିଛନ୍ତି। ବଲଗଛତୁଣ୍ଡା ଏବଂ ପଣ୍ଡକାମାରି ଗ୍ରାମବାସୀ ଭୋଟ ଦେଇ ନ ଥିବା ଜଣାପଡ଼ିଛି। ବିନା ସୂଚନାରେ ପ୍ରଶାସନ ପକ୍ଷରୁ ବୁଥ୍‌ ପରିବର୍ତ୍ତନ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ପୂର୍ବରୁ ଡଙ୍ଗାସିଲ ପଞ୍ଚାୟତର ବେଲଗଛତୁଣ୍ଡା ଗ୍ରାମର ୮ ନମ୍ବର ୱାର୍ଡରେ ପୋଲିଂ ବୁଥ୍‌ ରହିଥିଲା। ବେଲଗଛତୁଣ୍ଡା, ପଣ୍ଡକାମାରି ଏବଂ ଥରଲି ଗ୍ରାମର ଭୋଟରଙ୍କୁ ନେଇ ଗଠିତ ବେଲଗଛ ତୁଣ୍ଡା ବୁଥ୍‌ ଅଧୀନରେ ୩୭୬ ଭୋଟର ରହିଛନ୍ତି। ଏଠାରେ ସ୍କୁଲ କିମ୍ବା ଅନ୍ୟ ସରକାରୀ ଗୃହ ନ ଥିବାରୁ ଗଛ ତଳେ ଅସ୍ଥାୟୀ ପୋଲିଂ ବୁଥ୍‌ କରାଯାଉଥିଲା। ଚଳିତ ନିର୍ବାଚନରେ ଏଠାରୁ କିଛି ଦୂରରେ ଥିବା ଥରଲି ଗ୍ରାମକୁ ବୁଥ୍‌ ସ୍ଥାନାନ୍ତର କରାଯାଇଛି। ଏହାକୁ ନେଇ ଦୁଇ ଗ୍ରାମର ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଶାସନର ଖାମଖିଆଲ ନୀତି ବିରୋଧରେ ଗ୍ରାମବାସୀ ଏକାଠି ହୋଇ ଭୋଟ ବର୍ଜନ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri