ଭୋଟ ଦେବା ବୟସ ୧୮ ବର୍ଷ ବଦଳରେ ହେବ ୧୬ ବର୍ଷ : ସଂସଦରେ ଆଇନ ଆଣିବାକୁ କହିଲେ ପ୍ରଧାନମନ୍ତ୍ରୀ…

ଓ୍ବିଲିଂଟନ,୨୨।୧୧ : ଭୋଟ ଦେବା ବୟସ ୧୮ ବଦଳରେ ୧୬ ବର୍ଷ କରିବାକୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜୈସିଣ୍ଡା ଅର୍ଡର୍ନ ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ସଂସଦରେ ଏକ ଆଇନ ଆଣିବାକୁ ସେ କହିଛନ୍ତି। ୧୬ ବର୍ଷ ବୟସ୍କଙ୍କୁ ଭୋଟ ଦାନ ଅଧିକାର ପ୍ରଦାନ ନେଇ ସୁପ୍ରିମ୍‌କୋର୍ଟଙ୍କ ଐତିହାସିକ ରାୟ ପରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି।

ସୁପ୍ରିମ୍‌କୋର୍ଟ କହିଥିଲେ ଯେ, ୧୮ ବର୍ଷ ଭୋଟଦାନ ବୟସ ରଖାଯିବା ଯୁବବର୍ଗଙ୍କ ପାଇଁ ସମ୍ପୂର୍ଣ୍ଣ ଭେଦଭାବ ପୂର୍ଣ୍ଣ। ଏହା ଦ୍ୱାରା ଯୁବବର୍ଗଙ୍କ ମାନବିକ ଅଧିକାରର ଉଲ୍ଲଂଘନ ହେଉଛି।

ତେବେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆବଶ୍ୟକ ସଦସ୍ୟଙ୍କ ସଂଖ୍ୟା ନଥିବାରୁ ଏହି ଆଇନ ସଂସଦରେ ପାରିତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ନିର୍ବାଚନ ଆଇନରେ ସଂଶୋଧନ ପାଇଁ ୭୫ ପ୍ରତିଶତ ସଦସ୍ୟଙ୍କ ସମର୍ଥନର ଆବଶ୍ୟକତା ରହିଛି।

ସୁପ୍ରିମ୍‌କୋର୍ଟ କହିଥିଲେ ଯେ, ଜଳବାୟୁ ପରିବର୍ତ୍ତନ ଭଳି ପ୍ରସଙ୍ଗ କ୍ଷେତ୍ରରେ ଯୁବବର୍ଗଙ୍କୁ ମତଦାନ କରିବାର ଆବଶ୍ୟକତା ରହିଛି। ଏହା ଦ୍ୱାରା ସେମାନଙ୍କର ଭବିଷ୍ୟତ ଉପରେ ସକାରାତ୍ମକ ପ୍ରଭାବ ଅନୁଭୁତ ହେବ। ବ୍ରାଜିଲ, ଅଷ୍ଟ୍ର୍ରିଆ ଏବଂ କ୍ୟୁବାରେ ୧୮ ବର୍ଷରୁ କମ୍‌ ବୟସ୍କଙ୍କୁ ମତଦାନର ଅଧିକାର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri