ମରାଗୋଳା ବୁଥ୍‌ରେ ଭୋଟ ବର୍ଜନ

କେନ୍ଦୁଝର,୧୯ ।୨(ସ୍ବ.ପ୍ର./ଡି.ଏନ.ଏ.)

କେନ୍ଦୁଝର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ହରିଚନ୍ଦନପୁର ବ୍ଲକ ପିଠାଗୋଳା ପଞ୍ଚାୟତର ମରାଗୋଳା ବୁଥ୍‌ ନଂ.୧୪ରେ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ରାସ୍ତା ନିର୍ମାଣ ଦାବିରେ ଉକ୍ତ ବୁଥ୍‌ର ୧୭୬ ଭୋଟର ଭୋଟ ବର୍ଜନ କରିଥିବା ଜଣାପଡ଼ିଛି। ହରିଚନ୍ଦନପୁର ବ୍ଲକରେ ୭୮ ପ୍ରତିଶତ ଓ ତେଲକୋଇ ବ୍ଲକରେ ୭୮.୮ ପ୍ରତିଶତ ମତଦାନ ହୋଇଛି। ଉଭୟ ବ୍ଲକର ସମୁଦାୟ ୧୨୩୪ଜଣ ପ୍ରାର୍ଥୀଙ୍କର ଭାଗ୍ୟ ଭୋଟ ବାକ୍ସ ମଧ୍ୟରେ ସିଲ୍‌ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବାବେଳେ ସବୁ ବୁଥ୍‌ରେ ଲୋକଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା।
ପ୍ରେମାନନ୍ଦ ନାୟକ ଓ ଭାଜପାରୁ ବିଜେଡିକୁ ଆସିଥିବା ଧନୁର୍ଜୟ ସିଦ୍ଦୁଙ୍କ ପାଇଁ ଏହି ନିର୍ବାଚନ ବେଶ ଗୁରୁତ୍ୱ ବହନ କରୁଛି। ତେଲକୋଇ ବ୍ଲକ ବିଞ୍ଝବାହାଳ ପଞ୍ଚାୟତ କଣ୍ଟାବାହାଳ ବୁଥ୍‌ ନଂ. ୧ରେ ବାଲାଟ ପେପରରେ ଅବ୍ୟବସ୍ଥାକୁ ନେଇ କିଛି ସମୟ ପାଇଁ ମତଦାନ ବନ୍ଦ ରହିଥିଲା। ମୋଟ ୧୦ଜଣ ପ୍ରାର୍ଥୀଙ୍କ ନାମ ବାଲଟ ପେପରରେ ଥିଲା। ବାଲଟ ପେପରର ଶେଷରେ ଥିବା ପ୍ରାର୍ଥୀଙ୍କ ନାମ ବାଲଟ ପେପର ଭାଙ୍ଗିଲା ବେଳକୁ ଜଣାପଡୁ ନ ଥିଲା। ଏହା ଜାଣିଶୁଣି କରାଯାଇଥିବା ଅଭିଯୋଗ କରି ଉକ୍ତ ପ୍ରାର୍ଥୀଙ୍କ ସମର୍ଥକମାନେ ଭୋଟ କେନ୍ଦ୍ର ସମ୍ମୁଖରେ ପାଟିତୁଣ୍ଡ କରି ଭୋଟ ଦେଇ ନ ଥିଲେ। ବୁଝାସୁଝା କରିବା ପରେ ଭୋଟଦାନ ପୁଣି ସ୍ବାଭାବିକ ହୋଇଥିଲା। ଏନେଇ ତେଲକୋଇ ବିଡିଓ ପ୍ରେମାଂଶୁ ଚାନ୍ଦଙ୍କ ସହ ଯୋଗାଯୋଗ କରିବାରୁ ଲୋକଙ୍କୁ ବୁଝାସୁଝା କରିବା ପରେ ଭୋଟ ଗ୍ରହଣ ସ୍ବାଭାବିକ ହୋଇଥିଲା ଏବଂ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri