ତିନି ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମତଦାନ

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲା ମୋହନା ବ୍ଲକର ୧୭ନମ୍ବର ୱାର୍ଡର ଧନପଙ୍କ ୱାର୍ଡରେ ୩ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ୧୭ନମ୍ବର ଓ୍ବାର୍ଡଟି ୩ଟି ଗ୍ରାମକୁ ନେଇ ଗଠିତ। ଏହି ୩ଟିଗ୍ରାମ ହେଲା ଧନପଙ୍କ, ଗୁନ୍ଦ୍ରିଗୁଡା, ବଢ଼େଇପୁର। ଭୋଟର ତାଲିକାରେ ୩ଟି ଗ୍ରାମ ମଧ୍ୟରୁ ଧନପଙ୍କ ଗ୍ରାମର ଭୋଟରଙ୍କ ନାମ ନ ଥିବା ଅଭିଯୋଗ ହୋଇଛି। ଏନେଇ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଲୋକମାନେ ଅଭିଯୋଗ କରିବା ସହ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଦେଇଥିଲେ। କିନ୍ତୁ କୌଣସି ସୁଫଳ ନ ମିଳିବାରୁ ଭୋଟ କେନ୍ଦ୍ରରେ ଧନପଙ୍କ ଗ୍ରାମବାସୀ ଏକତ୍ରିତ ହୋଇ ଭୋଟ ବର୍ଜନ କରିଥିଲେ। ଏଥିସହ ଅନ୍ୟ ଦୁଇ ଗ୍ରାମବାସୀଙ୍କୁ ମଧ୍ୟ ଭୋଟ ଦେବାକୁ ବାରଣ କରିଥିଲେ। ଏନେଇ ଖବର ପାଇବା ପରେ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଏହାପରେ ୩ଘଣ୍ଟା ବିଳମ୍ବରେ ଭୋଟ ଗ୍ରହଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଧନପଙ୍କ ଗ୍ରାମବାସୀଙ୍କୁ ବାଦ ଦେଇ ଅନ୍ୟ ଦୁଇ ଗ୍ରାମବାସୀ ନିଦ୍ୱନ୍ଦରେ ଭୋଟ ଦେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri