ଭୋଟ୍‌ ଗଣତି ଆରମ୍ଭ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

ପୁରୀ ଅଫିସ,୩ା୧୦: କଡ଼ା ସୁରକ୍ଷା ମଧ୍ୟରେ ଆଜି ସକାଳ ୮ଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ୍‌ ଭୋଟ୍‌ ଗଣତି କରାଯାଉଛି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହରାଥୀ ଆଗୁଆ ଥିବା ସୂଚନା ମିଳିଛି। ସେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଠାରୁ ୧୪୦୬ ଖଣ୍ଡ ଭୋଟ୍‌ରେ ଆଗୁଆ ଥିବା ସୂଚନା ରହିଛି। ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିକୁ ୪,୦୫୫ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାକୁ ୨,୬୪୯ ଓ କଂଗ୍ରେସକୁ ୭୬୬ଟି ଭୋଟ୍‌ ମିଳିଛି।

ସେପ୍ଟେମ୍ବର ୩ରେ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ କରାଯାଇଥିବା ବେଳେ ପୁରୀ ପେଣ୍ଠକଟା ସେଣ୍ଟରରେ ଇଭିଏମ୍‌ ପାଇଁ ଦୁଇଟି ହଲ୍‌ରେ ମୋଟ୍‌ ୧୪ଟି ଟେବୁଲରେ ଏହି ଗଣତି ଚାଲିଛି। ଏଥିପାଇଁ ୬୨ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି। ମୋଟ୍‌ ୨୫ ରାଉଣ୍ଡ ଗଣତି ହେବ। ଏଥର ପିପିଲି ଉପନିର୍ବାଚନରେ ୭୮.୨୫% ଭୋଟିଂ ହୋଇଥିଲା। ତେବେ ମହାରଥୀଙ୍କ ଗଡ଼ ଏଥର କାହା ହାତକୁ ଯାଉଛି ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri