Posted inଜାତୀୟ

୫୮ ଆସନ ପାଇଁ ମତଦାନ ଆରମ୍ଭ…

ଲକ୍ଷ୍ନୌ ୧୦।୨ : ଉତ୍ତରପ୍ରଦେଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ରାଜ୍ୟର ୧୧ଟି ଜିଲାର ୫୮ଟି ବିଧାନପସଭା ଆସନରେ ମତଦାନ ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ୬୨୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ଭୋଟର କରିବେ। ସେଥିମଧ୍ୟରୁ ୭୩ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସମୁଦାୟ ୧୦,୮୫୩ ମତଦାନ କେନ୍ଦ୍ର ଏବଂ ୨୬,୦୨୭ ବୁଥ୍‌ ସ୍ଥାପନ କରାଯାଇଛି।

ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ଉତ୍ତରପ୍ରଦେଶର ଅଧିକାଂଶ ଆସନରେ ମତଦାନ ଅନୁଷ୍ଠିତ ହେଉଛି। ଏହି ପର୍ଯ୍ୟାୟରେ ଶାମଲି, ହାପୁର, ଗୌତମ ବୁଦ୍ଧ ନଗର, ମୁଜାଫରନଗର, ମିରଟ, ବାଗପତ୍‌, ଗାଜିଆବାଦ, ବୁଲନ୍ଦସହର, ଅଲୀଗଡ, ମଥୁରା ଏବଂ ଆଗ୍ରା ଜିଲାର ବିଧାନସଭା ଆସନରେ ମତଦାନ ଜାରି ରହିଛି।

ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଶ୍ରୀକାନ୍ତ ଶର୍ମା, ସୁରେଶ ରାଣା, ସନ୍ଦୀପ ସିଂ, କପିଲ ଦେବ ଅଗ୍ରୱାଲ, ଅତୁଲ ଗର୍ଗ ଏବଂ ଚୌଧୁରୀ ଲକ୍ଷ୍ମୀ ନାରାୟଣଙ୍କ ରାଜନୈତିକ ଭାଗ୍ୟ ସ୍ଥିର ହେବ। ପ୍ରଥମ ପର୍ଯ୍ୟାୟରେ, ୨.୨୮ କୋଟି ଭୋଟର ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ସେମାନଙ୍କ ମଧ୍ୟରେ ୧.୨୪ କୋଟି ପୁରୁଷ, ୧.୦୪ କୋଟି ମହିଳା ଏବଂ ୧,୪୪୮ ଟ୍ରାନ୍ସଜେଣ୍ଡର ଭୋଟର ଅନ୍ତର୍ଭୁକ୍ତ ଅଛନ୍ତି।

ମତଦାନ ଉପରେ ନଜର ରଖିବା ପାଇଁ ୪୮ ଜଣ ସାଧାରଣ ପର୍ଯ୍ୟବେକ୍ଷକ, ଆଠ ଜଣ ପୋଲିସ ପର୍ଯ୍ୟବେକ୍ଷକ ଏବଂ ୧୯ ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରାଯାଇଛି। ଏହା ବ୍ୟତୀତ ୨,୧୭୫ ସେକ୍ଟର ମାଜିଷ୍ଟ୍ରେଟ, ୨୮୪ ଜୋନାଲ ମାଜିଷ୍ଟ୍ରେଟ, ୩୬୮ ଷ୍ଟାଟିକ ମାଜିଷ୍ଟ୍ରେଟ ଏବଂ ୨,୭୧୮ ଜଣ ମାଇକ୍ରୋ ଅବଜରଭର ମଧ୍ୟ ନିୟୋଜିତ ହୋଇଛନ୍ତି।

୨୦୧୭ ବିଧାନସଭା ନିର୍ବାଚନରେ ଭାଜପା ପ୍ରଥମ ପର୍ଯ୍ୟାୟର ୫୮ ଟି ଆସନ ମଧ୍ୟରୁ ୫୩ ଟି ଜିତିଥିବାବେଳେ ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ପାର୍ଟି ଦୁଇଟି ଲେଖାଏଁ ଆସନ ହାତେଇଥିଲେ॥ ଏହା ବ୍ୟତୀତ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri