ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ରାଜ୍ୟର ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ମୋଟ୍‌ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣର ସମୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦୁଇଟି ଏନ୍‌ଏସି ଏବଂ ୨ଟି ବ୍ଲକକୁ ନେଇ ଗଠିତ ଏହି ନୂଆପଡ଼ା ନିର୍ବାଚନମଣ୍ଡଳୀର ମୋଟ୍‌ ୨ ଲକ୍ଷ ୫୪ ହଜାର ୪୯୭ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଠାରେ ମୋଟ୍‌ ୩୫୮ଟି ବୁଥ୍‌ ରହିଥିବାବେଳେ ସେଥିରୁ ୧୦୧ଟି ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ଟି ମାଓବାଦୀ ପ୍ରଭାବିତ ଅଞ୍ଚଳ ହୋଇଥିବା ବେଳେ ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳ ବୋଲି କୁହାଯାଇଛି। ତେବେ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ସାଧାରଣ ଭୋଟ୍‌ ଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ ବୋଲି ଜିଲା ନିର୍ବାଚନ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମାଓବାଦୀ ପ୍ରଭାବିତ ବୁଥ୍‌ ମଧ୍ୟରୁ ୮ଟି ଦୁର୍ଗମ ପାହାଡିଆ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଉଛି ୩୨୦-ସୋସେଙ୍ଗ, ୩୨୧- ସୋସେଙ୍ଗ(୨), ୩୨୨ ଦେଓସିଲ, ୩୨୪ ସୁନାବେଡ଼ା(୧), ୩୨୫ ସୁନାବେଡ଼ା ୧(କ), ୩୨୬ ଜାମଗାଁ, ୩୨୭ ଗୋତିବେଡ଼ା ଓ ୩୨୮ ଗୋତିବେଡା(୨) ରହିଛି। ଏହି ବୁଥ୍‌ଗୁଡ଼ିକ ଅତି ସମ୍ବେଦନଶୀଳ ହୋଇଥିବାରୁ ପୋଲିଂପାର୍ଟି ସୁରକ୍ଷିତ ଯିବା ସହିତ ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ କରି ଫେରିବା ପାଇଁ ଭାରତୀୟ ବାୟୁସେନାର ବିମାନ ଉପଯୋଗ କରାଯାଇଛି। ମାଓବାଦୀ ପ୍ରଭାବିତ ୮ ବୁଥ୍‌ ଲାଗି ୬ ଜଣ ଲେଖାଏ ମୋଟ୍‌ ୪୮ ଜଣ ପୋଲିଂପାର୍ଟି ନିୟୋଜିତ ହୋଇଛନ୍ତି। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଥରକରେ ୬ ଜଣ ଲେଖା ୮ଥରରେ ପୋଲିଂପାର୍ଟିକୁ ଦୁର୍ଗମ ଅଞ୍ଚଳରେ ଥିବା ବୁଥ୍‌ରେ ସୁରକ୍ଷିତ ଛଡ଼ାଯାଇଛି।

ଅନ୍ୟପଟେ ଏହି ଉପନିର୍ବାଚନ ଲାଗି ରହିଥିବା ମୋଟ୍‌ ୩୫୮ ବୁଥ୍‌ ମଧ୍ୟରୁ ୬ଟି ସଖୀ ବୁଥ୍‌ ରହିଛି। ସଖୀ ବୁଥ୍‌କୁ ମହିଳା ପୋଲିଂପାର୍ଟିଂ ପରିଚାଳନା କରିବେ। ନୂଆପଡ଼ା ଓ ଖରିଆର୍‌ ରୋଡ୍‌ରେ ୩ଟି ଲେଖାଏ ସଖୀ ବୁଥ୍‌ କରାଯାଇଛି। ଏଥିଲାଗି ଜିଲା ପ୍ରଶାସନ ୩୯୬ ପୋଲିଂପାର୍ଟି ପ୍ରସ୍ତୁତ କରିଛନ୍ତି। ପୋଲିଂ ପାର୍ଟି ନୂଆପଡ଼ା ନ୍ୟାଶନାଲ୍‌ କଲେଜଠାରୁ ବିଭିନ୍ନ ବୁଥ୍‌କୁ ଯିବା ବ୍ୟବସ୍ଥା କରାଯାଇଛି। ନ୍ୟାଶନାଲ କଲେଜରେ ଷ୍ଟ୍ରଙ୍ଗ ରୁମ୍‌ ରହିଛି। ସେଠାରୁ ପୋଲିଂପାର୍ଟିକୁ ଇଭିଏମ୍‌ ଓ ଭିଭିପିଏଟି ସହ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି। ଅନ୍ୟପଟେ ଅବାଧ ଓ ନିରପେକ୍ଷ ସହିତ ଶାନ୍ତିଶୃଙ୍ଖଳାରେ ଉପନିର୍ବାଚନକୁ କରିବା ଲାଗି ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୋଲିସ ପକ୍ଷରୁ ସୀମାନ୍ତ ବା ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟା କଡ଼ାକଡ଼ି କରାଯାଇଛି। ଏପରିକି ଚେକ୍‌ପୋଷ୍ଟ କରି ପୋଲିସ ୨୪ ଘଣ୍ଟା ପହରା ଦେଉଛି। ଏଥିରେ ୧୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସହ ୨ ସେକ୍ସନ ୬ ପ୍ଲାଟୁନ ସୁରକ୍ଷା କର୍ମୀ ନିୟୋଜିତ ଅଛନ୍ତି। ଜଣେ ଏସ୍‌ପି, ୬ ଡିଏସ୍‌ପି, ୯ ଜଣ ଇନ୍‌ସପେକ୍ଟର, ୧୫୧ ଜଣ ସବ୍‌-ଇନ୍‌ସପେକ୍ଟର ଓ ଅତିରିକ୍ତ ଇନ୍‌ସପେକ୍ଟର, ୧୦୩ ଜଣ ହାବିଲଦାର୍‌, ୪୭୭ ଜଣ କନ୍‌ଷ୍ଟେବଲ, ୧୫୯ ଜଣ ଏପିଆର୍‌ କନ୍‌ଷ୍ଟେବଲ, ୩୭ ଜଣ ଓଏପିଏଫ, ୨୮୭ ଜଣ ହୋମଗାର୍ଡ ନିୟୋଜିତ ଅଛନ୍ତି। ଶାନ୍ତିଶୃଙ୍ଖଳା ଲାଗି ପ୍ରତ୍ୟେକ ପୋଲିଂପାର୍ଟିଂ ସହିତ ଜଣେ ସୁରକ୍ଷା କର୍ମୀ ନିୟୋଜିତ ରହିଛନ୍ତି।

 

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?