ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି । ପ୍ରତ୍ୟେକ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇ ଗୋଟିଏ ଲେଖାଏ ହ୍ୟାଣ୍ଡ ଗ୍ଲୋବସ ପ୍ରଦାନ କରାଯାଉଛି। ମହାମାରୀ କୋଭିଡ୍‌କୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲରେ ୨ ଲକ୍ଷ ୩୭ ହଜାର ୨୮୨ ଓ ବାଲେଶ୍ୱରରେ ୨ ଲକ୍ଷ ୩୦ ହଜାର ୨୯୬ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ। ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୫୦୦ ପରିବର୍ତ୍ତେ ୧ ହଜାର କରାଯାଇଛି। ଭୋଟରଙ୍କ ସୁବିଧା ପାଇଁ ତିର୍ତ୍ତୋଲରେ ବୁଥ୍‌ ସଂଖ୍ୟା ୨୬୫ରୁ ୩୭୩ ଓ ବାଲେଶ୍ୱରରେ ୧୯୮ରୁ ୩୪୬କୁ ବୁଥ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟଗ୍ରହଣ କରାଯିବ ବୋଲି ସୋମବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri