Posted inଜାତୀୟ

ପଶ୍ଚିମବଙ୍ଗ-ତାମିଲନାଡୁ ବିଧାନସଭା ପାଇଁ ଭୋଟିଂ ଆରମ୍ଭ: ହେବ କଡ଼ା ଟକ୍କର

ନୂଆଦିଲ୍ଲୀ,୨୧।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ ହୋଇଛି। ୧୬ ଜିଲାରେ ହେବାକୁ ଥିବା ଏହି ମତଦାନ ୪୪,୩୭୬ଟି ବୁଥ୍‌ରେ ଅନୁଷ୍ଠିତ ହେଉଛି। ଶାନ୍ତିପୂର୍ଣ୍ଣ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୪୦୭ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ ନିୟୋଜିତ ହୋଇଛନ୍ତି। ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ। ଏହି ପର୍ଯ୍ୟାୟରେ ୩.୬୦ କୋଟି ଯୋଗ୍ୟ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିରୁ ୧.୮୪ କୋଟି ପୁରୁଷ, ୧.୭୫ କୋଟି ମହିଳା ଏବଂ ୪୬୫ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ମାଲଦା, ମୁର୍ଶିଦାବାଦ, ଉତ୍ତର ଦିନାଜପୁର, କୁଚ୍‌ବିହର, ବୀରଭୂମ ଓ ବର୍ଦ୍ଧମାନ ଭଳି କେତେକ ଜିଲା ଆଂଶିକ ସମ୍ବେଦନଶୀଳ ହୋଇଥିବାବେଳେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଶୁଭେନ୍ଦୁ ଅଧିକାରୀ (ଭାଜପା), ନିଶିଥ ପ୍ରାମାଣିକ(ଭାଜପା), ଉଦୟନ ଗୁହା(ଟିଏମ୍‌ସି) ଗୌତମ ଦେବ (ଟିଏମ୍‌ସି) ଏବଂ ଅଧୀର ରଞ୍ଜନ ଚୌଧୁରୀ (କଂଗ୍ରେସ) ପ୍ରମୁଖ ରହିଛନ୍ତି।

୨୩୪ ଆସନ ବିଶିଷ୍ଟ ତାମିଲନାଡୁ ବିଧାନସଭା ପାଇଁ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ୪,୧୮,୫୪୧ଟି ପୋଷ୍ଟାଲ ଭୋଟ ରେକର୍ଡ କରାଯାଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ରାଜ୍ୟର ୫.୭୩ କୋଟି ଭୋଟର ଗୁରୁବାର ୭୫,୦୬୪ଟି ମତଦାନ କେନ୍ଦ୍ରରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଅବାଧ ମତଦାନ ପାଇଁ ୧,୦୬,୪୧୮ ଇଭିଏମ୍‌ ବ୍ୟବହାର କରାଯାଉଥିବାବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। ୮୩,୮୭୫ ପୋଲିସ ଏବଂ ୩୦୦ କମ୍ପାନୀ ସିଆର୍‌ପିଏଫ୍‌ ଯବାନଙ୍କୁ ମୁତୟନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri