Posted inଜାତୀୟ

କଡ଼ା ସୁରକ୍ଷା ମଧ୍ୟରେ ଭବାନୀପୁରରେ ମତଦାନ ଆରମ୍ଭ…

କୋଲକାତା,୩୦।୯: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଗୁରୁବାର ମତଦାନ ଆରମ୍ଭ ହୋଇଛି। ନିର୍ବାଚନର ଫଳାଫଳ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭିବିଷ୍ୟତ ନିର୍ଦ୍ଧାରଣ କରିବ। ଭବାନୀପୁରରେ ମୁଖ୍ୟତଃ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ମୁକାବିଲା ହେଉଛି। ମମତାଙ୍କ ବିରୋଧରେ ଭାଜପା ପକ୍ଷରୁ ପ୍ରିୟଙ୍କା ଟିବରିଓ୍ବାଲଙ୍କୁ ପ୍ରାର୍ଥୀ କରାଯାଇଛି।

ଶାନ୍ତିପୂର୍ଣ୍ଣ ଏବଂ ନିରପେକ୍ଷ ନିର୍ବାଚନ ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ଭବାନୀପୁରରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଅତିରିକ୍ତ ୨୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।

ତେବେ ଟିଏମ୍‌ସି ଏବଂ ଭାଜପା ମଧ୍ୟରେ କାଦୁଅ ଫିଙ୍ଗା ଏବେ ବି ଜାରି ରହିଛି। ଟିଏମ୍‌ସି ବୁଥ୍‌ କ୍ୟାପଚରିଂ କରିବାକୁ ଚାହୁଁଥିବା ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଛି। ଓ୍ବାର୍ଡ ନମ୍ବର ୭୨ର ମତଦାନ କେନ୍ଦ୍ରରେ ପହଞ୍ଚି ପ୍ରିୟଙ୍କା କହିଛନ୍ତି ଯେ, ଟିଏମ୍‌ସି ବିଧାୟକ ମଦନ ମିତ୍ରା ଜାଣିଶୁଣି ବୁଥ୍‌ରେ ଭୋଟିଂ ମେଶିନ୍‌ ବନ୍ଦ କରିଦେଇଛନ୍ତି, ଯାହାଦ୍ୱାରା ସେ ବୁଥ୍‌ କ୍ୟାପଚରିଂ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri