ହିନ୍ଦୋଳରେ ମତଦାନ ଆରମ୍ଭ

ହିନ୍ଦୋଳ,୩ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରେ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଧାଡ଼ିରେ ଠିଆ ହୋଇ ମତଦାନ କରିବାକୁ ଅପେକ୍ଷା କରିଥିବା ଦେଖିବାକୁ ମିଳିଛି।

ହିନ୍ଦୋଳ ଏନ୍‌ଏସିର ୧୬ ଓ୍ବାର୍ଡରେ ୧୬ଟି ବୁଥ୍‌ କରାଯାଇଛି। ଉତ୍ତେଜନାପ୍ରବଣ ଚିହ୍ନଟ ୫ନଂ. ଓ ୯ନଂ. ୱାର୍ଡ ବୁଥ୍‌ରେ ଭିଡିଓଗ୍ରାଫ ବ୍ୟବସ୍ଥା ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି। ମୋବାଇଲ ପାଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ନଗରପାଳ ପଦବୀ ଅନୁସୂଚିତ ଜାତି ବର୍ଗ ପାଇଁ ସଂରକ୍ଷିତ ଥିବାବେଳେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିରୁ କେଶବ ଚନ୍ଦ୍ର ପ୍ରଧାନ, ଭାଜପାରୁ ସୌଭାଗିନୀ ପ୍ରଧାନ ଏବଂ କଂଗ୍ରେସରୁ ରୀତା ପଲେଇ ନିର୍ବାଚନ ଲଢୁଛନ୍ତି। ସେହିପରି ୧୬ଟି କାଉନ୍‌ସିଲର ପଦବୀ ପାଇଁ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୫୦ ଜଣ ଦାବିଦାର ରହିଛନ୍ତି। ମୋଟ ୯,୮୬୩ (୪,୮୧୭ ମହିଳା ଏବଂ ୫,୦୪୬ ପୁରୁଷ) ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏ ସଂକ୍ରାନ୍ତରେ ନିର୍ବାଚନ ଅଧକାରୀ ତଥା ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ କୁହନ୍ତି, ଏନ୍‌ଏସି ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୋଟରଙ୍କ ସୁବିଧା ପାଇଁ ମତଦାନ କେନ୍ଦ୍ରରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଆସନ୍ତା ୫ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri