ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ତେବେ ନିର୍ବାଚନ ଦାୟିତ୍ୱରେ ରହିଥିବା ସରକାରୀ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି । ନିର୍ବାଚନ ପରିଚାଳନା ଦାୟିତ୍ୱରେ ରହୁଥିବା କାରଣରୁ ସେମାନଙ୍କ ପାଇଁ ପୂର୍ବରୁ ମତଦାନ ବ୍ୟବସ୍ଥା କରିଛନ୍ତି ନିର୍ବାଚନ ଆୟୋଗ। ତେଣୁ ଏଥିପାଇଁ ମେ ୨ରୁ ୬ ତାରିଖ ପର୍ଯ୍ୟନ୍ତ ୪ ଦିନ ମତଦାନର ବ୍ୟବସ୍ଥା କରାଯାଇଥିଲା।

ରାୟଗଡ଼ା ସଦର ମହକୁମାସ୍ଥିତ ମହିଳା ମହାବିଦ୍ୟାଳୟରେ ପୃଥକ୍‌ ଭାବେ ୩ଟି ମତଦାନ କେନ୍ଦ୍ରରେ ୩ ନିର୍ବାଚନମଣ୍ଡଳୀ ବିଷମକଟକ, ଗୁଣପୁର ଓ ରାୟଗଡ଼ାର ୩୫୨୨ ଜଣ ସରକାରୀ କର୍ମଚାରୀ ପୋଷ୍ଟାଲ ବାଲଟ ମାଧ୍ୟମରେ ମତଦାନ କରିଛନ୍ତି। ବିଷମକଟକର ୮୦୫, ଗୁଣପୁରର ୧୩୫୦ଜଣ ଓ ରାୟଗଡ଼ାର ୧୩୬୭ଜଣ ନିଜର ମତଦାନ ସାବ୍ୟସ୍ତ କରିଥିବା ଜଣାପଡିଛି । ସେହିଭଳି ୩ ନିର୍ବାଚନମଣ୍ଡଳୀର ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ପାଇଁ ମଧ୍ୟ ପୋଷ୍ଟାଲ ବାଲଟ ମାଧ୍ୟମରେ ମତଦାନ ବ୍ୟବସ୍ଥା କରାଯାଇଛି। ସୋମବାର ଓ ମଙ୍ଗଳବାର ଦିନ ସେମାନେ ମତଦାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri