Posted inଜାତୀୟ

ବିନା ଭୋଟର ପରିଚୟପତ୍ରରେ ଭୋଟ ଦେଇହେବ

ନୂଆଦିଲ୍ଲୀ,୫ା୪(ପି.ଟି.):କୌଣସି ଜଣେ ବି ପ୍ରକୃତ ଭୋଟର ଯେପରି ମତଦାନ ଅଧିକାରରୁ ବଞ୍ଚତ୍ତ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ଭାରତର ନିର୍ବାଚନ କମିଶନ (ଇସିଆଇ) ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭୋଟର ପରିଚୟ ପତ୍ରରେ ମୁଦ୍ରଣଗତ ତ୍ରୁଟି କିମ୍ବା ଉଚ୍ଚାରଣଗତ ତ୍ରୁଟି ରହିଥିଲେ, ସେଗୁଡ଼ିକୁ ଏଡ଼ାଇ ଯିବା ପାଇଁ ନିର୍ବାଚନ ଅଧିକାରୀମାନଙ୍କୁ କୁହାଯାଇଛି। ଇସିଆଇଙ୍କ ପକ୍ଷରୁ ଜାରି ଗାଇଡ୍‌ଲାଇନରେ କୁହାଯାଇଛି, ଗୋଟିଏ ନିର୍ବାଚନ ମଣ୍ଡଳୀର ଭୋଟର ତାଲିକାରେ ଜଣକ ନାଁ ଥାଇ ଅନ୍ୟ ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଜାରି କରିଥିବା ଭୋଟର ଆଇ-କାର୍ଡକୁ ସେମାନଙ୍କ ପରିଚୟ ପ୍ରମାଣ ଭାବେ ଗ୍ରହଣ କରାଯିବ। ଯଦି କୌଣସି ମତଦାତା ଭୋଟର ପରିଚୟ ପତ୍ର ଦେଖାଇ ନ ପାରନ୍ତି, ତେବେ ଫଟୋ ପରିଚୟ ଥିବା ବିକଳ୍ପ ଡକ୍ୟୁମେଣ୍ଟ ଉପସ୍ଥାପନ କରିବେ। ଏଥିପାଇଁ ଆଧାର କାର୍ଡ, ଜବ୍‌ କାର୍ଡ, ବ୍ୟାଙ୍କ ଏବଂ ପୋଷ୍ଟ ଅଫିସ ଇସ୍ୟୁ କରିଥିବା ପାସ୍‌ବୁକ୍‌, ଶ୍ରମ ମନ୍ତ୍ରଣାଳୟ ଦ୍ୱାରା ଜାରି ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ୍‌ କାର୍ଡ ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଅଧୀନରେ ଭାରତର ରେଜିଷ୍ଟ୍ରାର ଜେନେରାଲ ଜାରି କରିଥିବା ସ୍ମାର୍ଟ କାର୍ଡକୁ ଗ୍ରହଣ କରାଯିବ। ଏହା ବ୍ୟତୀତ ଭାରତୀୟ ପାସ୍‌ପୋର୍ଟ, ଫଟୋ ଥିବା ପେନ୍‌ସନ ଦସ୍ତାବିଜ, କେନ୍ଦ୍ର, ରାଜ୍ୟ ସରକାର କିମ୍ବା ପିଏସ୍‌ୟୁ ଦ୍ୱାରା ଇସ୍ୟୁ ହୋଇଥିବା କର୍ମଚାରୀଙ୍କ ଫଟୋ ଥିବା ସର୍ଭିସ ଆଇ-କାର୍ଡକୁ ଭୋଟରଙ୍କ ପରିଚୟ ଭାବେ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri