Posted inଜାତୀୟ

ବିନା ଭୋଟର ପରିଚୟପତ୍ରରେ ଭୋଟ ଦେଇହେବ

ନୂଆଦିଲ୍ଲୀ,୫ା୪(ପି.ଟି.):କୌଣସି ଜଣେ ବି ପ୍ରକୃତ ଭୋଟର ଯେପରି ମତଦାନ ଅଧିକାରରୁ ବଞ୍ଚତ୍ତ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ଭାରତର ନିର୍ବାଚନ କମିଶନ (ଇସିଆଇ) ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭୋଟର ପରିଚୟ ପତ୍ରରେ ମୁଦ୍ରଣଗତ ତ୍ରୁଟି କିମ୍ବା ଉଚ୍ଚାରଣଗତ ତ୍ରୁଟି ରହିଥିଲେ, ସେଗୁଡ଼ିକୁ ଏଡ଼ାଇ ଯିବା ପାଇଁ ନିର୍ବାଚନ ଅଧିକାରୀମାନଙ୍କୁ କୁହାଯାଇଛି। ଇସିଆଇଙ୍କ ପକ୍ଷରୁ ଜାରି ଗାଇଡ୍‌ଲାଇନରେ କୁହାଯାଇଛି, ଗୋଟିଏ ନିର୍ବାଚନ ମଣ୍ଡଳୀର ଭୋଟର ତାଲିକାରେ ଜଣକ ନାଁ ଥାଇ ଅନ୍ୟ ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଜାରି କରିଥିବା ଭୋଟର ଆଇ-କାର୍ଡକୁ ସେମାନଙ୍କ ପରିଚୟ ପ୍ରମାଣ ଭାବେ ଗ୍ରହଣ କରାଯିବ। ଯଦି କୌଣସି ମତଦାତା ଭୋଟର ପରିଚୟ ପତ୍ର ଦେଖାଇ ନ ପାରନ୍ତି, ତେବେ ଫଟୋ ପରିଚୟ ଥିବା ବିକଳ୍ପ ଡକ୍ୟୁମେଣ୍ଟ ଉପସ୍ଥାପନ କରିବେ। ଏଥିପାଇଁ ଆଧାର କାର୍ଡ, ଜବ୍‌ କାର୍ଡ, ବ୍ୟାଙ୍କ ଏବଂ ପୋଷ୍ଟ ଅଫିସ ଇସ୍ୟୁ କରିଥିବା ପାସ୍‌ବୁକ୍‌, ଶ୍ରମ ମନ୍ତ୍ରଣାଳୟ ଦ୍ୱାରା ଜାରି ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ୍‌ କାର୍ଡ ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଅଧୀନରେ ଭାରତର ରେଜିଷ୍ଟ୍ରାର ଜେନେରାଲ ଜାରି କରିଥିବା ସ୍ମାର୍ଟ କାର୍ଡକୁ ଗ୍ରହଣ କରାଯିବ। ଏହା ବ୍ୟତୀତ ଭାରତୀୟ ପାସ୍‌ପୋର୍ଟ, ଫଟୋ ଥିବା ପେନ୍‌ସନ ଦସ୍ତାବିଜ, କେନ୍ଦ୍ର, ରାଜ୍ୟ ସରକାର କିମ୍ବା ପିଏସ୍‌ୟୁ ଦ୍ୱାରା ଇସ୍ୟୁ ହୋଇଥିବା କର୍ମଚାରୀଙ୍କ ଫଟୋ ଥିବା ସର୍ଭିସ ଆଇ-କାର୍ଡକୁ ଭୋଟରଙ୍କ ପରିଚୟ ଭାବେ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

 ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri