Posted inଜାତୀୟ

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ ହୋଇଛି। ଚାନ୍ଦୁଲିର ଚାକିଆ ବିଧାନସଭା, ସୋନଭଦ୍ରର ରୋବର୍ଟସଗଞ୍ଜ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବରେ ଡୁଡଗି ବିଧାନସଭା ଆସନରେ ସକାଳ ୭ ଟାରୁ ମତଦାନ ଜାରି ରହିଛି। ଏସବୁ ଆସନରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଅବଶିଷ୍ଟ ୫୧ ଆସନରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତି ଭୋଟିଂ ହେବ। ୨୮ ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

୨.୦୬ କୋଟି ଭୋଟର ଏହି ପର୍ଯ୍ୟାୟରେ ସେମାନଙ୍କର ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ସେମାନଙ୍କ ମଧ୍ୟରେ ୧.୦୯ କୋଟି ପୁରୁଷ ଏବଂ ୯୭.୦୮ ଲକ୍ଷ ମହିଳା ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ୬୧୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ହେଉଛି। ଏଥିରେ ୭୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ଭୋଟ ପାଇଁ ୯ ଟି ଜିଲାରେ ୧୨୨୧୦ ମତଦାନ କେନ୍ଦ୍ରରେ ୨୩୬୧୪ ବୁଥ ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri