Pakistan Election: ପାକିସ୍ତାନରେ ମତଦାନ ଜାରି; ମୋବାଇଲ-ଇଣ୍ଟରନେଟ୍‌ ସେବା ବନ୍ଦ

ଇସଲାମାବାଦ,୮।୨: ଆଜି ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୮ ଟାରୁ ମତଦାନ ଆରମ୍ଭ ହୋଇଛି(ଭାରତୀୟ ସମୟ ଅନୁଯାୟୀ ସକାଳ ୮.୩୦)। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ଅନେକ ସହରରେ ମୋବାଇଲ-ଇଣ୍ଟରନେଟ ସେବା ବନ୍ଦ ହୋଇଯାଇଛି। ଏହାକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସାଢ଼େ ୬ ଲକ୍ଷ ଲକ୍ଷ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ସାଢ଼େ ୫.୩୦ରେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନରେ ୫,୧୨୧ ପ୍ରାର୍ଥୀ ନିଜ ଭାଗ୍ୟ ଚେଷ୍ଟା କରୁଛନ୍ତି। ସେଥିମଧ୍ୟରୁ ୪,୮୦୬ ଜଣ ପୁରୁଷ, ୩୧୨ ଜଣ ମହିଳା ଏବଂ ଦୁଇଜଣ ଟ୍ରାନ୍ସଜେଣ୍ଡର ପ୍ରାର୍ଥୀ ଅଛନ୍ତି।

ଅର୍ଥନୈତିକ ସଙ୍କଟ ସହ ସଂଘର୍ଷ କରୁଥିବା ପାକିସ୍ତାନରେ ୧୨.୮୫ କୋଟି ଭୋଟର ନୂତନ ସରକାର ଚୟନ କରିବେ। ଏଥିପାଇଁ ତିନିଟି ଦଳ ପିଟିଆଇ(PTI), ପିଏମ୍‌ଏନ୍‌-ଏଲ୍‌(PMN-L)ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (PPP) ମଧ୍ୟରେ ପ୍ରତିନ୍ଦ୍ୱନ୍ଦ୍ୱିତା ହେବ। ସାଧାରଣ ନିର୍ବାଚନ ପାଇଁ ୯,୦୭,୬୭୫ ମତଦାନ କେନ୍ଦ୍ର ଗଠନ କରାଯାଇଛି। ଏହି ନିର୍ବାଚନରେ ନୱାଜ ଶରିଫ ଚତୁର୍ଥ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri