Posted inଜାତୀୟ

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଟି ସଂସଦୀୟ ଆସନରେ ଭୋଟ ଗ୍ରହଣ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ (୬୦ ଟି ସିଟ) ଏବଂ ସିକ୍କିମ (୩୨ ଟି ସିଟ) ରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି।

ପ୍ରଥମ ପର୍ଯ୍ୟାୟରେ, ୮ ର୍କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳ ନିବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ମାଧ୍ୟମରେ ୨୧ ଟି ରାଜ୍ୟର ୧୦୨ ନିର୍ବାଚନମଣ୍ଡଳୀର ଭୋଟରଙ୍କୁ ‘ରେକର୍ଡ ସଂଖ୍ୟାରେ ସେମାନଙ୍କ ମତଦାନ ସାବ୍ୟସ୍ତ କରିବାକୁ’ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘୨୦୨୪ ଲୋକ ସଭା ନିର୍ବାଚନ ଆଜିଠାରୁ ଆରମ୍ଭ ହେଉଛି!’ ଯେହେତୁ ୨୧ ଟି ରାଜ୍ୟ ତଥା ୟୁନିଅନ ଯେରିଟୋରିର ୧୦୨ ଟି ଆସନରେ ଭୋଟ ଦିଆଯାଉଛି, ମୁଁ ଏହି ସିଟ ଉପରେ ଭୋଟ ଦେଉଥିବା ସମସ୍ତଙ୍କୁ ଅନୁରୋଧ କରୁଛି ଯେ ରେକର୍ଡ ସଂଖ୍ୟାରେ ସେମାନଙ୍କ ମତ ସାବ୍ୟସ୍ତ କରନ୍ତୁ। ମୁଁ ଭୋଟରଙ୍କୁ, ବିଶେଷ କରି ଯୁବକ ଏବଂ ପ୍ରଥମ ଥର ଭୋଟରଙ୍କୁ ବହୁ ସଂଖ୍ୟାରେ ଯୋଗଦେବାକୁ ନିବେଦନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?