Posted inଜାତୀୟ

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଅପରାହ୍ନ ୫ଟାରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ମହାରାଷ୍ଟ୍ର, ଓଡ଼ିଶା, ତାମିଲନାଡୁ, ପଶ୍ଚିମବଙ୍ଗ, ଆସାମ, ବିହାର, ଛତିଶଗଡ଼, ହରିୟାଣା, ହିମାଚଳପ୍ରଦେଶ ଓ ତେଲଙ୍ଗାନାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ୩୭ ସଦସ୍ୟଙ୍କ କାର୍ଯ୍ୟକାଳ ଏପ୍ରିଲରେ ଶେଷ ହେବାକୁ ଥିବାରୁ ମାର୍ଚ୍ଚ ୧୬ରେ ଉକ୍ତ ଆସନଗୁଡ଼ିକ ପାଇଁ ନିର୍ବାଚନ କରିବାକୁ ଗତ ମାସରେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ତଦନୁଯାୟୀ ସୋମବାର ମହାରାଷ୍ଟ୍ରର ୭ ଆସନ, ତାମିଲନାଡୁର ୬, ବିହାର ଏବଂ ପଶ୍ଚିମବଙ୍ଗର ୫ଟି ଲେଖାଏ, ଓଡ଼ିଶାର ୪, ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଲେଖାଏ ଏବଂ ହିମାଚଳପ୍ରଦେଶର ଗୋଟିଏ ଆସନ ପାଇଁ ସମ୍ପୃକ୍ତ ରାଜ୍ୟ ବିଧାନସଭାରେ ଭୋଟଗ୍ରହଣ ହେବ।
ବାଲଟ୍‌ ପେପରରେ ମନୋନୀତ ପ୍ରାର୍ଥୀଙ୍କୁ ଚିହ୍ନଟ କରିବା ପାଇଁ ବିଧାୟକମାନେ କେବଳ ପୂର୍ବ ନିର୍ଦ୍ଧାରିତ ନିର୍ଦ୍ଦିଷ୍ଟ ଭାଓଲେଟ୍‌ ରଙ୍ଗର ସ୍କେଚ୍‌ ପେନ୍‌ ବ୍ୟବହାର କରିବେ। ରିଟର୍ନିଂ ଅଫିସର ଏହି ପେନ୍‌ ଯୋଗାଇଦେବେ। ଏହା ବ୍ୟତୀତ ଅନ୍ୟ କୌଣସି କଲମ ବ୍ୟବହାର କରାଯିବ ନାହିଁ। ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହି ଭୋଟ ପ୍ରକ୍ରିୟା ଉପରେ ନଜର ରଖିବେ। ଏପ୍ରିଲରେ କାର୍ଯ୍ୟକାଳ ଶେଷ ହେଉଥିବା ରାଜ୍ୟ ସଭା ସଦସ୍ୟଙ୍କ ମଧ୍ୟରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ରାମନାଥ ଠାକୁର, ରାମଦାସ ଅଠାଓ୍ବାଲେ, ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ, ଏନ୍‌ସିପି(ଏସ୍‌ପି) ନେତା ଶରଦ ପାଓ୍ବାର, ଆର୍‌ଏଲ୍‌ଏମ୍‌ ନେତା ଉପେନ୍ଦ୍ର କୁଶଓ୍ବାହା, କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭି, ଏଆଇଏଡିଏମ୍‌କେ ନେତା ଏମ୍‌. ଥାମ୍ବିଦୁରାଇ ଏବଂ ଡିଏମ୍‌କେ ନେତା ତିରୁଚି ଶିବା ପ୍ରମୁଖ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?