Posted inଜାତୀୟ

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ ପାଇଁ ଭୋଟ ଦିଆଯାଉଛି। ଦଶ ବର୍ଷ ପୂର୍ବେ, ୨୦୧୪ ବିଧାନସଭା ନିର୍ବାଚନରେ, ଏହି ପର୍ଯ୍ୟାୟରେ ଜମ୍ମୁ, ସାମ୍ବା, କଠୁଆ ଏବଂ ଉଧମପୁର ଜିଲାର ମୋଟ ୨୧ ଟି ଆସନ ମଧ୍ୟରୁ ୧୮ଟି ଜିତିବା ପରେ ଭାଜପା ପ୍ରଥମ ଥର ପାଇଁ ପିଡିପି ସହ ମିଳିତ ହୋଇ ସରକାର ଗଠନ କରିଥିଲା। ସେଥିମଧ୍ୟରୁ ଜମ୍ମୁ ଜିଲାରେ ଦୁଇଟି ଆସନ ଜିତିଥିଲା। ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଜମ୍ମୁ ଡିଭିଜନର ୨୪ଟି ସିଟ ଏବଂ ଉତ୍ତର କଶ୍ମୀରର ବାନ୍ଦିପୋରା, କୁପୱାଡା ଏବଂ ବାରାମୁଲାରେ ୧୬ ଟି ସିଟ ଆସନରେ ଭୋଟ ଗ୍ରହଣ କରାଯାଉଛି।

ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ଏକ ଦଶନ୍ଧି ପରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ୨୦୧୯ରେ ଏଠାରୁ ଧାରା ୩୭୦ ହଟାଯିବା ଏବଂ ରାଜ୍ୟ ମାନ୍ୟତା ରଦ୍ଦ ହେବା ପରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇନଥିଲା, କିନ୍ତୁ ସୁପ୍ରିମକୋର୍ଟଙ୍କ ଆଦେଶ ଯୋଗୁଁ ବର୍ତ୍ତମାନ ଘାଟିରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏବେ ୟୁନିୟନ ଟେରିଟୋରୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ଦୁଇଟି ପର୍ଯ୍ୟାୟରେ ମଧ୍ୟ କଡା ସୁରକ୍ଷା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ହେଉଛି, ତେଣୁ ସମସ୍ତ ୪୦ ଟି ସିଟ ଉପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି ପର୍ଯ୍ୟାୟ ପାଇଁ ୮୬ହଜାର ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି।
ମୋଟ ୩୯.୧୮ ଲକ୍ଷରୁ ଅଧିକ ଭୋଟର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଭୋଟ ଦେବେ। ଏହି ପର୍ଯ୍ୟାୟରେ ମୋଟ ୪୧୫ ଜଣ ପ୍ରାର୍ଥୀ ୪୦ ଟି ଆସନ ପାଇଁ ଲଢୁଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ତିନୋଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ଅର୍ଥାତ୍‌ ଅକ୍ଟୋବର ୧ରେ ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଭୋଟ ଗଣନା ଅକ୍ଟୋବର ୮ରେ ହେବ। ସେହି ଦିନ ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ମଧ୍ୟ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri