Posted inଜାତୀୟ

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ ପାଇଁ ଭୋଟ ଦିଆଯାଉଛି। ଦଶ ବର୍ଷ ପୂର୍ବେ, ୨୦୧୪ ବିଧାନସଭା ନିର୍ବାଚନରେ, ଏହି ପର୍ଯ୍ୟାୟରେ ଜମ୍ମୁ, ସାମ୍ବା, କଠୁଆ ଏବଂ ଉଧମପୁର ଜିଲାର ମୋଟ ୨୧ ଟି ଆସନ ମଧ୍ୟରୁ ୧୮ଟି ଜିତିବା ପରେ ଭାଜପା ପ୍ରଥମ ଥର ପାଇଁ ପିଡିପି ସହ ମିଳିତ ହୋଇ ସରକାର ଗଠନ କରିଥିଲା। ସେଥିମଧ୍ୟରୁ ଜମ୍ମୁ ଜିଲାରେ ଦୁଇଟି ଆସନ ଜିତିଥିଲା। ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଜମ୍ମୁ ଡିଭିଜନର ୨୪ଟି ସିଟ ଏବଂ ଉତ୍ତର କଶ୍ମୀରର ବାନ୍ଦିପୋରା, କୁପୱାଡା ଏବଂ ବାରାମୁଲାରେ ୧୬ ଟି ସିଟ ଆସନରେ ଭୋଟ ଗ୍ରହଣ କରାଯାଉଛି।

ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ଏକ ଦଶନ୍ଧି ପରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ୨୦୧୯ରେ ଏଠାରୁ ଧାରା ୩୭୦ ହଟାଯିବା ଏବଂ ରାଜ୍ୟ ମାନ୍ୟତା ରଦ୍ଦ ହେବା ପରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇନଥିଲା, କିନ୍ତୁ ସୁପ୍ରିମକୋର୍ଟଙ୍କ ଆଦେଶ ଯୋଗୁଁ ବର୍ତ୍ତମାନ ଘାଟିରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏବେ ୟୁନିୟନ ଟେରିଟୋରୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ଦୁଇଟି ପର୍ଯ୍ୟାୟରେ ମଧ୍ୟ କଡା ସୁରକ୍ଷା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ହେଉଛି, ତେଣୁ ସମସ୍ତ ୪୦ ଟି ସିଟ ଉପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି ପର୍ଯ୍ୟାୟ ପାଇଁ ୮୬ହଜାର ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି।
ମୋଟ ୩୯.୧୮ ଲକ୍ଷରୁ ଅଧିକ ଭୋଟର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଭୋଟ ଦେବେ। ଏହି ପର୍ଯ୍ୟାୟରେ ମୋଟ ୪୧୫ ଜଣ ପ୍ରାର୍ଥୀ ୪୦ ଟି ଆସନ ପାଇଁ ଲଢୁଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ତିନୋଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ଅର୍ଥାତ୍‌ ଅକ୍ଟୋବର ୧ରେ ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଭୋଟ ଗଣନା ଅକ୍ଟୋବର ୮ରେ ହେବ। ସେହି ଦିନ ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ମଧ୍ୟ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri