Posted inଜାତୀୟ

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ: ୫ଟା ଯାଏ ୫୯ ପ୍ରତିଶତ ଭୋଟିଂ, ତାପିରେ ସର୍ବାଧିକ

ଅହମ୍ମଦାବାଦ,୧।୧୨: ଗୁଜୁରାଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଛି। ଭୋଟ ଦେବାର ସମୟ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରହିଥିଲା। ଗୁରୁବାର ଗୁଜୁରାଟ ବିଧାନସଭାର ମୋଟ ୧୮୨ଟି ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୮୯ଟି ଆସନ ପାଇଁ ଭୋଟ ଗ୍ରହଣ କରାଯାଇଛି। ଏଥିରେ ସୌରାଷ୍ଟ୍ର-କଚ୍ଛ ଏବଂ ଦକ୍ଷିଣର ୧୯ଟି ଜିଲା ସାମିଲ ରହିଛି। ପ୍ରଥମ ପର୍ଯ୍ୟାୟରେ ୭୮୮ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର ହେବ। ଅନ୍ୟପଟେ ଅନ୍ତିମ ମତଦାନ ସଂଖ୍ୟାକୁ ଅପେକ୍ଷା କରାଯାଇଛି। ହେଲେ ସନ୍ଧ୍ୟା ୫ଟା ଯାଏ ୫୯.୨୪ ପ୍ରତିଶତ ମତଦାନ ହୋଇଛି ବୋଲି ନିର୍ବାଚନ ଆୟୋଗ କହିଛନ୍ତି। ସେହିପରି ତାପୀରେ ସର୍ବାଧିକ ୭୨.୩୨ ପ୍ରତିଶତ ଏବଂ ଆମରେଲିରେ ସର୍ବନିମ୍ନ ୫୨.୭୩ ପ୍ରତିଶତ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ୧୪,୩୮୨ ଭୋଟ ବୁଥ୍‌ କେନ୍ଦ୍ରରେ ମତଦାନ ଆରମ୍ଭ ହୋଇଥିଲା। ସେଥିମଧ୍ୟରୁ ୩,୩୧୧ ସହରାଞ୍ଚଳ ଏବଂ ୧୧,୦୭୧ ଗ୍ରାମାଞ୍ଚଳ ରହିଛି। ଭୋଟିଂ ଉପରେ ନଜର ରଖିବା ପାଇଁ ୧୩,୦୬୫ ମତଦାନ କେନ୍ଦ୍ରରୁ ଲାଇଭ ୱେବକାଷ୍ଟ କରାଯାଇଥିଲା। ୨୭ବର୍ଷ ଧରି ଗୁଜରାଟରେ ଭାଜପା କ୍ଷମତାରେ ରହିଛି। ଏବେ ଦଳ କ୍ରମାଗତ ସପ୍ତମ ଥର ପାଇଁ କ୍ଷମତା ହାସଲ କରିବାକୁ ଚେଷ୍ଟା କରୁଛି। ଏଥର ଭାଜପାର ଲଢ଼େଇ କେବଳ କଂଗ୍ରେସ ବିରୋଧରେ ନୁହେଁ ବରଂ ଆମ ଆଦମୀ ପାର୍ଟି (ଏଏପି) ସହିତ ମଧ୍ୟ ରହିଛି। ଯିଏ ନିଜକୁ ମୁଖ୍ୟ ବିରୋଧୀ ଦଳ ଭାବେ ପ୍ରମାଣ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?