୨୭୯ ବୁଥ୍‌ରେ ମତଦାନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବ୍ରଜରାଜନଗର ଉପ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଖାଲି ପଡ଼ିଥିବା ଏହି ଆସନ ଲାଗି ମଇଦାନରେ ୧୧ ଜଣ ପ୍ରାର୍ଥୀ। ୨ ଲକ୍ଷ ୧୪ ହଜାର ୮୭୮ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତେବେ ଭୋଟିଂ ପାଇଁ ଆବଶ୍ୟକ ଇଭିଏମ୍‌ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋଟ ୨୭୯ ବୁଥରେ ମତଦାନ ହେବ। ଏଥିରେ ୫ଟି ପିଙ୍କ ବୁଥ ରହିଛି। ୫୨୫ ଜଣ ଭୋଟର ଘରୁ ଭୋଟ ଦେବା ପାଇଁ ଆବେଦନ କରିଥିଲେ । ସେଥିରୁ ୩୨୫ ଜଣଙ୍କୁ ଅନୁମତି ମିଳିଥିବାବେଳେ ଶୁକ୍ରବାରଠାରୁ ମତଦାନ ସଂଗ୍ରହ କରାଯାଉଛି ବୋଲି ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ କହିଛନ୍ତି।

ସେହିପରି ୫୦ ପ୍ରତିଶତ ବୁଥରେ ଓ୍ବେବକାଷ୍ଟିଂ ହେବ। ଆବଶ୍ୟକ ପଡ଼ିଲେ ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ର୍ନିବାଚନ ଅଧିକାରୀ । ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସବୁ ସୁବିଧା କରାଯାଇଛି । ବୁଥରେ ଡମି ଭୋଟର ରହି ଦିବ୍ୟାଙ୍ଗ ଭୋଟରଙ୍କୁ ସହାୟତା କରିବେ । ଭୋଟ ଦିନ ନିର୍ବାଚନମଣ୍ଡଳୀ ସମସ୍ତ ଘରୋଇ ଓ ସରକାରୀ କର୍ମଚାରୀଙ୍କ ପାଇଁ ସବୈତନିକ ଛୁଟି ଘୋଷଣା କରାଯାଇଛି । ସମ୍ବେଦନଶୀଳ ବୁଥ ପାଇଁ ୬୧ ଜଣ ମାଇକ୍ରୋ ଅବଜର୍ଭର ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri