Posted inଜାତୀୟ

ସୋମବାର ମେଘାଳୟ-ନାଗାଲାଣ୍ଡରେ ମତଦାନ: ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣ୍ରୟ କରିବେ ଭୋଟର…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ସୋମବାର ନିର୍ବାଚନ ହେବ। ଭୋଟର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ ସୀମା ମଧ୍ୟ ସିଲ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି।

ରାଜ୍ୟରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା ନିଆଯାଇଛି ବୋଲି ମେଘାଳୟର ପୋଲିସ ମହାନିର୍ଦେଶକ ଏଲ.ଆର ବିଷ୍ଣୁ କହିଛନ୍ତି। ଏଥର ରାଜ୍ୟରେ ୩୬ ଜଣ ମହିଳାଙ୍କ ସମେତ ୩୭୫ ଜଣ ପ୍ରାର୍ଥୀ ଅଛନ୍ତି। ଏଠାରେ ବିଧାନସଭାରେ ୬୦ ଟି ସିଟ ଅଛି। କିନ୍ତୁ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ଏଥର ୫୯ ଟି ଆସନରେ ମତଦାନ ହେବ। ରାଜ୍ୟରେ ମୋଟ ୨୧,୬୧,୭୨୯ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧୦,୬୮,୮୦୧ ଏବଂ ମହିଳା ଭୋଟରଙ୍କ ସଂଖ୍ୟା ୧୦, ୯୨,୩୨୬ ରହିଛି। ସେହିପରି ଦିବ୍ୟାଙ୍ଗ ବର୍ଗରେ ୭୪୭୮ ଭୋଟର, ୮୦ ବର୍ଷ ଏବଂ ତଦୁର୍ଦ୍ଧ୍ୱ ବୟସରେ ୨୨୬୫୮ ଭୋଟର ଅଛନ୍ତି। ରାଜ୍ୟରେ ପ୍ରଥମ ଥର ଭୋଟ ଦେଉଥିବା ଭୋଟରଙ୍କ ସଂଖ୍ୟା ହେଉଛି ୮୧,୪୪୩।
ଅନ୍ୟପକ୍ଷରେ ନାଗାଲାଣ୍ଡରେ ସମୁଦାୟ ୬୦ ଟି ଆସନ ଅଛି, କିନ୍ତୁ ଏଥର ୫୯ ଟି ଆସନରେ ଭୋଟିଂ ଅନୁଷ୍ଠିତ ହେଉଛି। କାରଣ ଜଣେ ଭାଜପା ପ୍ରାର୍ଥୀ ବିନା ନିର୍ବାଚନରେ ନିର୍ବାଚିତ ହୋଇଛନ୍ତି। ଏଥର ନାଗାଲାଣ୍ଡରେ ଚାରିଜଣ ମହିଳା ସଦସ୍ୟଙ୍କ ସମେତ ମୋଟ ୧୮୩ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି। ନାଗାଲାଣ୍ଡର ପୋଲିସ ମହାନିର୍ଦ୍ଦେଶକ ରୁପିନ ଶର୍ମା କହିଛନ୍ତି ଯେ ନାଗାଲାଣ୍ଡର ସୀମା ସିଲ କରାଯାଇଛି। ସୁରକ୍ଷା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଇଛି।

ଉଭୟ ରାଜ୍ୟରେ ଭାଜପାର ମିଳିତ ସରକାର ରହିଛି। ଏଥର ଭାଜପା ଏବଂ ଏନପିପି ମେଘାଳୟରେ ପୃଥକ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ନାଗାଲାଣ୍ଡରେ ଭାଜପା ଏବଂ ପୁରୁଣା ସହଯୋଗୀ ଏନଡିପିପି ସହ ବିବାଦ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?