Posted inଫୁରସତ

ମତଦାନ ମୌଳିକ ଅଧିକାର

ଅଧିକ ଯୁବ ଭୋଟରଙ୍କୁ ରାଜନୈତିକ ପ୍ରକ୍ରିୟାରେ ଭାଗ ନେବାକୁ ଉତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିବର୍ଷ ଜାନୁୟାରୀ ୨୫କୁ ‘ଜାତୀୟ ଭୋଟର ଦିବସ’ ଭାବରେ ପାଳନ କରିଥାନ୍ତି। ଆୟୋଗର ମୂଳ ଦିବସ ପାଳନ ପାଇଁ ଏହା ୨୫ ଜାନୁୟାରୀ ୨୦୧୧ରୁ ଆରମ୍ଭ ହୋଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ର ଏକ ବୈଠକ ଆଇନ ମନ୍ତ୍ରଣାଳୟର ପ୍ରସ୍ତାବକୁ ଅନୁମୋଦନ କରିଥିଲା। ଭୋଟରଙ୍କ ସଂଖ୍ୟା କମ୍‌ ଥିବାରୁ ଏହି ସମସ୍ୟାର ଫଳପ୍ରଦ ମୁକାବିଲା ପାଇଁ ନିର୍ବାଚନ ଆୟୋଗ ଦେଶର ୮.୫ ଲକ୍ଷ ମତଦାନ କେନ୍ଦ୍ରରେ ପ୍ରତିବର୍ଷ ଜାନୁୟାରୀ ୧ ତାରିଖରୁ ୧୮ ବର୍ଷ ବୟସ ହାସଲ କରିଥିବା ସମସ୍ତ ଯୋଗ୍ୟ ଭୋଟରଙ୍କୁ ଚିହ୍ନଟ କରିବା ପାଇଁ ଏକ ଜୋରଦାର ଉଦ୍ୟମ କରିବାକୁ ନିଷ୍ପତ୍ତି ନେଇଥିଲେ। ଯୋଗ୍ୟ ଭୋଟରମାନଙ୍କର ଠିକ ସମୟରେ ନାମ ପଞ୍ଜୀକରଣ ସହିତ ପ୍ରତିବର୍ଷ ଜାନୁୟାରୀ ୨୫ରେ ସେମାନଙ୍କର ଇଲେକ୍ଟୋରାଲ ଫଟୋ ପରିଚୟ କାର୍ଡ (ଇପିସିଆଇ) ହସ୍ତାନ୍ତର କରାଯିବ ବୋଲି ମନମୋହନ ସିଂ ସରକାର ଘୋଷଣା କରିଥିଲେ। ନିର୍ବାଚନ ପ୍ରକ୍ରିୟା ଏବଂ ଏହି ପ୍ରକ୍ରିୟାରେ ଉତ୍କର୍ଷତା, ଦକ୍ଷତା ଏବଂ ନବସୃଜନ ପାଇଁ ଜାତୀୟ ପୁରସ୍କାର ମଧ୍ୟ ପ୍ରଚଳନ କରାଯାଇଥିଲା। ଏହି ଦିବସ ପାଳନ ଅବସରରେ ମତଦାନ ଅଧିକାର ପ୍ରତି ଭୋଟରଙ୍କ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ...

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା

ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ...

ପୃଥିବୀର ପଡୋଶୀରେ ଅଛନ୍ତି ଏଲିଏନ୍ସ, ୨୦୩୦ ସୁଦ୍ଧା ଖୋଜିଦେବ ନାସା!

ଓ୍ବାଶିଂଟନ,୨୫।୩: ଏଲିଲନ୍ସ ସତରେ ଅଛନ୍ତି କି। ଯଦି ଅଛନ୍ତି, ସେମାନେ କେଉଁଠାରେ ରୁହନ୍ତି? ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜିବାରେ ସାରା ବିଶ୍ୱର ସ୍ପେସ ଏଜେନ୍ସିମାନେ...

ଓଡ଼ିଆ ଜନଜୀବନରେ ଦୋଳଯାତ୍ରା

ଫାଲ୍‌ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ...

ବୋତଲ ଭିତରେ ଅଠା ଲାଖେ ନାହିଁ କାହିଁକି

ବିଜ୍ଞାପନରେ ଅନେକ ଅଠା କମ୍ପାନୀ ଦାବି କରନ୍ତି ଯେ, ତାଙ୍କର ସାମାନ୍ୟ ଟିକେ ଅଠା ଯେକୌଣସି ଜିନିଷକୁ ଯୋଡିପାରେ। ଆଉ ଏମିତି ଯୋଡିବ ଯେ ଯୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri