Posted inଜାତୀୟ

ଓ୍ବାୟନାଡ୍‌ ଲୋକ ସଭା, ୩୧ ବିଧାନସଭା ଆସନରେ ଚାଲିଛି ଭୋଟଗ୍ରହଣ

ନୂଆଦିଲ୍ଲୀ,୧୩ା୧୧:କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ସମେତ ୧୦ ରାଜ୍ୟର ୩୧ ବିଧାନସଭା ଆସନରେ ବୁଧବାର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଓ୍ବାୟନାଡ୍‌ ଆସନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରାର୍ଥୀ ହେବା ସହ ପ୍ରଥମ ଥର ପାଇଁ ନିର୍ବାଚନୀ ରାଜନୀତିରେ ପ୍ରବେଶ କରିଛନ୍ତି। ଯଦିଓ ଉପନିର୍ବାଚନ ଫଳାଫଳ ସରକାରଙ୍କ ଉପରେ କୌଣସି ବଡ଼ ପ୍ରଭାବ ପକାଇବ ନାହିଁ, ତେବେ କଂଗ୍ରେସ ଏବଂ ଇଣ୍ଡିଆ ବ୍ଲକ୍‌ ପାଇଁ ଏହାକୁ ବଡ଼ ପରୀକ୍ଷା ଭାବେ ଦେଖାଯାଉଛି। ନିକଟରେ ଅନୁଷ୍ଠିତ ହରିୟାଣା ବିଧାନସଭା ନିର୍ବାଚନରେ ସେମାନଙ୍କ ମିଳିତ ଶକ୍ତି ବିଫଳ ହୋଇଥିଲା। ଉପରୋକ୍ତ ଆସନଗୁଡ଼ିକର ପ୍ରାର୍ଥୀ ଲୋକ ସଭା ନିର୍ବାଚନ ଲଢ଼ି ବିଜୟୀ ହେବା ଏବଂ ଅନ୍ୟ କେତେକ ଆସନରେ ନିର୍ବାଚିତ ପ୍ରତିନିଧିଙ୍କ ମୃତ୍ୟୁ ଯୋଗୁ ଉପନିର୍ବାଚନ ଅନୁଷ୍ଠିତ ହେଉଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭା ନିର୍ବାଚନରେ ଓ୍ବାୟନାଡ୍‌ ସହ ଉତ୍ତରପ୍ରଦେଶର ରାଏବରେଲୀରୁ ଲଢ଼ିଥିଲେ। ସେ ରାଏବରେଲୀକୁ ରଖି ଓ୍ବାୟନାଡ୍‌କୁ ଛାଡ଼ିବାରୁ ସେଠାରେ ଉପନିର୍ବାଚନ କରାଇବାକୁ ପଡ଼ିଥିଲା। ବୁଧବାର ରାଜସ୍ଥାନର ୭ ବିଧାନସଭା ଆସନ ସମେତ ପଶ୍ଚିମବଙ୍ଗର ୬, ଆସାମର ୫, ବିହାରର ୪, କର୍ନାଟକର ୩, ମଧ୍ୟପ୍ରଦେଶର ୨ ଏବଂ ଛତିଶଗଡ଼, ଗୁଜରାଟ, କେରଳ ଓ ମେଘାଳୟର ଗୋଟିଏ ଲେଖାଏ ଆସନରେ ମତଦାନ ଚାଲିଛି। ଆସନ୍ତା ୨୩ରେ ଭୋଟଗଣନା କରାଯାଇ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri