ସଦର, ଓଡ଼ାପଡ଼ା ବ୍ଲକରେ ଭୋଟ ଆଜି

ଢେଙ୍କାନାଳ ଅଫିସ, ୧୮।୨

ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଅନୁଷ୍ଠିତ ହେଉଛି। ଏଥିଲାଗି ପୋଲିଂ ବୁଥ୍‌ରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଭୟ ବ୍ଲକର ୮୧୮ ବୁଥ୍‌ରେ ୨ ଲକ୍ଷ ୨୮ ହଜାର ୫୮୯ ଭୋଟର ମତଦାନ ସାବ୍ୟସ୍ତ କରିବେ। ୭ ଜିଲା ପରିଷଦ ଆସନରେ ୨୯ ପ୍ରାର୍ଥୀ, ୫୮ ପଞ୍ଚାୟତର ୨୯୨ ସରପଞ୍ଚ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କେତେକ ସ୍ଥାନରେ ବିଶୃଙ୍ଖଳା ଦେଖାଦେଇଥିବାବେଳେ ଏହାକୁ ନେଇ ସଜାଗ ହୋଇଉଠିଛି ପୋଲିସ ପ୍ରଶାସନ। ସମ୍ବେଦନଶୀଳ ବୁଥ୍‌ଗୁଡ଼ିକ ଉପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିବାବେଳେ ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।
ଢେଙ୍କାନାଳ ସଦର ବ୍ଲକରେ ୪ ଜିଲା ପରିଷଦ ଆସନ ଲାଗି ୧୭ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଏହିକ୍ରମରେ ୩୦ ପଞ୍ଚାୟତରେ ୧୭୨ ସରପଞ୍ଚ, ୧୪୩ ସମିତିସଭ୍ୟ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସେହିପରି ୩୯୯ ୱାର୍ଡରେ ୫୦୩ ଜଣ ଓ୍ବାର୍ଡସଭ୍ୟ ରହିଛନ୍ତି। ମୋଟ ୧ ଲକ୍ଷ ୧୮ ହଜାର ୨୬୯ ଭୋଟର ସେମାନଙ୍କ ବହୁମୂଲ୍ୟ ମତ ସାବ୍ୟସ୍ତ କରିବେ। ସଦର ବ୍ଲକର ୬୪ ବୁଥ୍‌କୁ ଉତ୍ତେଜନାପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସମ୍ପୃକ୍ତ ମତଦାନ କେନ୍ଦ୍ରଗୁଡ଼ିକରେ ଭିଡିଓଗ୍ରାଫି ବ୍ୟବସ୍ଥା କରାଯାଇଛି। ସେଠାରେ ଜଣେ ଲେଖାଏ କନଷ୍ଟେବଳ, ହାବିଲଦାର, ହୋମଗାର୍ଡ, ଫରେଷ୍ଟ ଗାର୍ଡଙ୍କୁ ମୁତୟନ କରାଯାଇଛି। ବଳଦିଆବନ୍ଧ ପଞ୍ଚାୟତରେ ମହିଳାଙ୍କ ପାଇଁ ୨ଟି ପିଙ୍କ୍‌ ବୁଥ କରାଯାଇଛି। ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ଓଡ଼ାପଡ଼ା ବ୍ଲକର ୩ ଜିଲା ପରିଷଦ ଜୋନ୍‌ରେ ୧୨ ଆଶାୟୀ, ୨୮ ପଞ୍ଚାୟତ ୧୨୦ ସରପଞ୍ଚ ଏବଂ ୧୧୪ ସମିତିସଭ୍ୟ ପ୍ରାର୍ଥୀ ରହିଛନ୍ତି। ୪୧୯ ୱାର୍ଡ ପାଇଁ ୫୩୧ ୱାର୍ଡସଭ୍ୟ ନିର୍ବାଚନ ଲଢୁଛନ୍ତି। ମୋଟ ୧ ଲକ୍ଷ ୧୦ ହଜାର ୩୨୦ ଭୋଟର ମତଦାନ କରିବେ। ବ୍ଲକର ୫୧ ଉତ୍ତେଜନାପ୍ରବଣ ବୁଥ ଚିହ୍ନଟ ହୋଇଛି। ବାଙ୍ଗୁରୁସିଂ ପଞ୍ଚାୟତରେ ମହିଳାଙ୍କ ଲାଗି ପିଙ୍କ୍‌ ବୁଥ୍‌ କରାଯାଇଛି।
ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀ କୁହନ୍ତି, ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡ଼ାପଡ଼ା ଓ ଢେଙ୍କାନାଳ ସଦର ବ୍ଲକରେ ସମସ୍ତ ପ୍ରସ୍ତୁତି ସରିଛି ା ପୋଲିଂ ପାର୍ଟିମାନେ ସୁରକ୍ଷିତ ଭାବେ ବୁଥ୍‌ରେ ପହଞ୍ଚତ୍ଛନ୍ତି। ଶାନ୍ତିଶୃଙ୍ଖଳାର ସହ ମତଦାନ ପ୍ରକ୍ରିୟା କରାଯିବା ଲାଗି ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri