୧୬୩ ଜୋନ୍‌ରେ ଚାଲିଛି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା ପରିଷଦ ଜୋନ୍‌ର ୧୨୫୪ଟି ପଞ୍ଚାୟତରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୧୭୦୮୯ଟି ବୁଥ୍‌ରେ ୫୧ ଲକ୍ଷ ୩୧ ହଜାର ୭୨୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ।

୧୬୩ ଜିଲା ପରିଷଦ ଜୋନ୍‌ରେ ମୋଟ ୬୬୭ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଦିନ ୧ଟା ଯାଏ ଚାଲିବ। ନିର୍ବାଚନରେ ହେଉଥିବା ଗଣ୍ଡଗୋଳକୁ ଦେଖି ଆଇନଶୃଙ୍ଖଳା କଡ଼ାକଡ଼ି କରିବାକୁ ପୋଲିସ ମହାନିର୍ଦ୍ଦେଶକଙ୍କୁ ରାଜ୍ୟ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସମ୍ବେଦନଶୀଳ ବୁଥ୍‌ଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ୩ଟି ପର୍ଯ୍ୟାୟ ନିର୍ବାଚନ ହିଂସାକୁ ଦେଖି ଏହି ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ୨୫୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ରାଜ୍ୟରେ ୧୪୭୩ ମୋବାଇଲ ପାଟ୍ରୋଲିଂ ଟିମ୍‌କୁ ନିୟୋଜିତ କରାଯାଇଛି। ଚଳିତ ନିର୍ବାଚନ ସୁରକ୍ଷା ଦାୟିତ୍ୱରେ ମୋଟ ୩୭,୨୪୫ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri