Posted inଜାତୀୟ

ମତଦାନ ସମୟ ଘଣ୍ଟାଏ ବଢ଼ିବ

ନୂଆଦିଲ୍ଲୀ,୯।୧(ପି.ଟି.): କୋଭିଡ୍‌ ସଂକ୍ରମଣ ବଢ଼ୁଥିବା ସତ୍ତ୍ୱେ ନିର୍ଦ୍ଧାରିତ ସମୟରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ କରାଇବା ପାଇଁ ନିର୍ବାଚନ କମିଶନ ନିଷ୍ପତ୍ତି ନେବା ସହ ଶନିବାର ତାରିଖ ଘୋଷଣା କରିଛନ୍ତି। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ଗହଳି ହ୍ରାସ ଲାଗି ବୁଥ୍‌ ସଂଖ୍ୟା ବଢ଼ାଯିବା ସହ ପ୍ରତି ବୁଥ୍‌ରେ ୧,୨୫୦ ଭୋଟର ମତଦାନ କରିବା ବ୍ୟବସ୍ଥା ହୋଇଛି। ସେହିପରି ମତଦାନ ସମୟକୁ ମଧ୍ୟ ଘଣ୍ଟାଏ ବଢ଼ାଇ ଦିଆଯାଇଛି।

ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ପ୍ରତି ମତଦାନ କେନ୍ଦ୍ରରେ ହ୍ୟାଣ୍ଡ ସାନିଟାଇଜର, ଫେସ୍‌ମାସ୍କ ଏବଂ ଥର୍ମାଲ ସ୍କାନର ରହିବ। ବୁଥ୍‌ଗୁଡ଼ିକ ବିଲ୍ଡିଂର ତଳ ମହଲାରେ ହେବ ଏବଂ ସେଠାରେ ସଂକ୍ରମଣ ନିରୋଧୀ ସମସ୍ତ ପଦକ୍ଷେପ ନିଆଯିବ। ୮୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମ ଭୋଟର ପୋଷ୍ଟାଲ ବାଲାଟରେ ଭୋଟ ଦେଇପାରିବେ। ଜାନୁୟାରୀ ୧୫ ପର୍ଯ୍ୟନ୍ତ ବାଇକ୍‌ କିମ୍ବା ସାଇକେଲ ରାଲି, ପଦଯାତ୍ରା ଓ ରୋଡ୍‌ ଶୋ’କୁ ନିଷେଧ କରାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନର ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ନିର୍ବାଚନ ଡ୍ୟୁଟିରେ ଯୋଗଦେବାକୁ ଥିବା ସମସ୍ତ କର୍ମଚାରୀ କୋଭିଡ୍‌ ଟିକାର ଦୁଇଟି ଡୋଜ୍‌ ନେଇଥିବାବେଳେ ସେମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ବିବେଚନା କରାଯାଇ ପ୍ରିକଶନ ଡୋଜ୍‌ ଦିଆଯିବ। ପ୍ରାର୍ଥୀମାନଙ୍କୁ ଅନ୍‌ଲାଇନରେ ନାମାଙ୍କନପତ୍ର ଦାଖଲ କରିବା ଲାଗି ବିକଳ୍ପ ବ୍ୟବସ୍ଥା ରହିବ। ସେହିପରି ଭୋଟ ଫଳାଫଳ ଘୋଷଣା ପରେ ବିଜୟ ଉତ୍ସବ ମନାଇବାକୁ ଅନୁମତି ଦିଆଯିବ ନାହିଁ। ପ୍ରଚାର ବେଳେ ରାଲି ପାଇଁ ଯଦି ଅନୁମତି ଦିଆଯାଏ ତେବେ ସେଥିପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ କରାଯିବାକୁ ବାଧ୍ୟତାମୂଳକ କରାଯିବ। ସେହିପରି ପ୍ରାର୍ଥୀଙ୍କ ଦ୍ୱାରା ଘରକୁ ଘର ଯାଇ ପ୍ରଚାର ବେଳେ ଗୋଟିଏ ଟିମ୍‌ରେ ସର୍ବାଧିକ ୫ ଜଣଙ୍କୁ ଅନୁମତି ମିଳିବ। ୫ ରାଜ୍ୟରେ ମୋଟ ୧୮.୩୪ କୋଟି ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବାକୁ ଥିବାବେଳେ ସେମାନଙ୍କ ମଧ୍ୟରୁ ମହିଳା ଭୋଟରଙ୍କ ସଂଖ୍ୟା ୮.୫୫ କୋଟି। ଏଥର ୨୪.୯ ଲକ୍ଷ ନୂଆ ଭୋଟର ସାମିଲ ହୋଇଛନ୍ତି। ପ୍ରତି ନିର୍ବାଚନ ମଣ୍ଡଳୀରେ ଅନୂ୍ୟନ ଗୋଟିଏ ମତଦାନ କେନ୍ଦ୍ର କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳନା କରାଇବାକୁ ନିର୍ବାଚନ କମିଶନ ବିଚାର କରୁଛନ୍ତି। ୬୯୦ ନିର୍ବାଚନ ମଣ୍ଡଳୀରେ ଏଭଳି ୧୬୨୦ ବୁଥ୍‌ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri