ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ: ଉପଜିଲାପାଳ

ହାଟଡିହୀ,୬।୩(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ନିର୍ବାଚନ ଶେଷ ହୋଇଛି। କେତେକ ପଞ୍ଚାୟତରେ ନିର୍ବାଚନୀ ଫଳାଫଳକୁ ନେଇ ଅସନ୍ତୋଷ ଦେଖାଦେଇଛି l
ଅନୁସାରେ, ଶଢା ପଞ୍ଚାୟତ ୧୪ ୱାର୍ଡକୁ ନେଇ ଗଠିତ। ସରପଞ୍ଚ ପଦବୀ ପାଇଁ ଭାରତୀ ପାତ୍ର ଖୋଲାବହି, ସାଗରିକା ଯେନା ମାଛ ଓ ସୁକାନ୍ତି ପାତ୍ର ସୂର୍ଯ୍ୟ ଚିହ୍ନରେ ପ୍ରତିଦ୍ବନ୍ଦ୍ୱିିତା କରିଥିଲେ। ମୋଟ ୪୫୭୦ ଭୋଟର ମତଦାନ କରିଥିବା ବେଳେ ବୈଧ ଭୋଟ ସଂଖ୍ୟା ୪୪୨୬ ଏବଂ ନାକଚ ଭୋଟ ସଂଖ୍ୟା ୧୪୫। ଭାରତୀଙ୍କୁ ୩୩, ସାଗରିକାଙ୍କୁ ୨୨୦୯ ଓ ସୁକାନ୍ତିଙ୍କୁ ୨୧୮୪ ଖଣ୍ଡ ଭୋଟ ମିଳିଥିଲା। ବ୍ଲକ ପକ୍ଷରୁ ସାଗରିକାଙ୍କୁ ବିଜୟୀ ଘୋଷଣା କରାଯାଇଛି। ଏହାକୁ ପ୍ରତିବାଦ କରି ସୁକାନ୍ତି କେନ୍ଦୁଝର ଜିଲାପାଳ, ଆନନ୍ଦପୁର ଉପଜିଲାପାଳ, ହାଟଡିହୀ ବିଡିଓ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ବୃଦ୍ଧାଙ୍ଗୁଳି ଛାପରେ ତାଙ୍କ ସପକ୍ଷରେ ହୋଇଥିବା ବହୁ ମତଦାନକୁ ନାକଚ କରାଯାଇଛି, ଯାହାକି ବେଆଇନ। ଫଳରେ ସେ ପରାଜିତ ହୋଇଛନ୍ତି। ନାକଚ କରାଯାଇଥିବା ସେସବୁ ମତଦାନକୁ ବୈଧ ଭାବେ ପୁନଃ ଗଣତି ପାଇଁ ସେ ନିବେଦନ କରିଛନ୍ତି। ସେହିପରି ପଢ଼ିଆରୀପଲି ପଞ୍ଚାୟତରେ ଅଜିତ କୁମାର ରାଉତ ଖୋଲା ବହି ଚିହ୍ନରେ ୧୪୫୦, ନିରୁପମା ପାତ୍ର ମାଛ ଚିହ୍ନରେ ୧୪୨୪ ଓ ରାଜେନ୍ଦ୍ର ନାରାୟଣ ରାଉତ ସୂର୍ଯ୍ୟ ଚିହ୍ନରେ ୧୧୩୧ ଖଣ୍ଡ ଭୋଟ ପାଇଛନ୍ତି। ଏଠାରେ ୪୧୭୪ ଭୋଟର ମତଦାନ କରିଥିବା ବେଳେ ୪୦୦୫ଟି ଭୋଟ ବୈଧ ଏବଂ ୧୬୯ ନାକଚ ହୋଇଛି। ନିରୁପମା ମଧ୍ୟ ଅନୁରୂପ ଅଭିଯୋଗ ଆଣି ପୁନଃ ଗଣତି ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓ ବିନୀତା ବିଜୟିନୀ କହିଛନ୍ତି, ସରକାରୀ ଗାଇଡଲାଇନ ପାଳନ କରାଯାଇଛି। ଭୋଟରଙ୍କ ପରିଚୟ ଜଣା ନ ପଡ଼ିବା ଯୋଗୁ ବୃଦ୍ଧାଙ୍ଗୁଳି ଛାପରେ ହୋଇଥିବା ମତଦାନକୁ ନାକଚ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ଗୋପୀନାଥ କୁଅଁର ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚିଠି ନଂ. ୪୦୦୩/୧ା୧୧ା୨୦୦୬ରେ ସଚିବ ଫକୀର ଚରଣ ଶତପଥୀ ଏକ ଗାଇଡ୍‌ଲାଇନ ଜାରି କରିଥିଲେ। ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ ବୋଲି ଉକ୍ତ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri